ଭୁବନେଶ୍ୱର ,୩।୯:ଦିଗପହଣ୍ଡି ବିଧାୟକ ତଥା ପୂର୍ବତନ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ଆଉ ଆମ ଗହଣରେ ନାହାନ୍ତି। ଶନିବାର ସନ୍ଧ୍ୟାରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ଆଜି ଅପରାହ୍ନ ୩ଟାରେ ଗଞ୍ଜାମ ଜିଲ୍ଲା ଦିଗପହଣ୍ଡିରେ ତାଙ୍କର ଅନ୍ତିମ ସଂସ୍କାର ସଂପନ୍ନ କରାଯିବ।ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ମୃତ୍ୟୁ ଖବର ପାଇବା ପରେ ତାଙ୍କର ଶେଷ ଦର୍ଶନ ପାଇଁ ଗତକାଲି ବିଳମ୍ବିତ ରାତି ପର୍ଯ୍ୟନ୍ତ ତାଙ୍କ ନୟାପଲ୍ଲୀ ସ୍ଥିତ ବାସଭବନରେ ଲୋକଙ୍କ ଭିଡ଼ ଜମି ଥିଲା। ବିଭିନ୍ନ ରାଜନୀତିକ ଦଳର ନେତାମାନଙ୍କ ସହିତ ଅନ୍ୟ ବ୍ୟକ୍ତିବିଶେଷମାନେ ତାଙ୍କର ଶେଷ ଦର୍ଶନ କରିଥିଲେ। ଆଜି ସକାଳୁ ମଧ୍ୟ ତାଙ୍କ ଘରେ ଲୋକଙ୍କ ଭିଡ଼ ଜମିଛି। ଲୋକେ ଆସି ତାଙ୍କର ଶେଷ ଦର୍ଶନ କରିବା ସହିତ ଶ୍ରଦ୍ଧାଞ୍ଜଳି ଜଣାଉଛନ୍ତି।ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ମୃତଦେହ ଗତକାଲି ରାତିରେ ଭୁବନେଶ୍ୱରର ନୟାପଲ୍ଲୀ ସ୍ଥିତ ତାଙ୍କ ବାସଭବନରେ ପହଞ୍ଚିବା ପରେ ତାଙ୍କର ଶେଷ ଇଚ୍ଛା ପୂରଣ କରାଯାଇଥିଲା। ସୂର୍ଯ୍ୟପାତ୍ରଙ୍କ ଶେଷ ଇଚ୍ଛା ଓ ପରିବାର ଲୋକଙ୍କ ସହମତିରେ ଚକ୍ଷୁ ଦାନ କରାଯାଇଛି । ଏକ ଡାକ୍ତରୀ ଟିମ୍ ତାଙ୍କ ଆଖିକୁ ମାତ୍ର ୧୦ ମିନିଟ୍ ଭିତରେ ସୁରକ୍ଷିତ ଭାବେ ବାହାର କରିଥିଲେ ।ତାଙ୍କ ମୃତ୍ୟୁ ପରେ ତାଙ୍କର ଦୁଇଟି ଯାକ ଚକ୍ଷୁକୁ ଦାନ କରି ଦେବାକୁ ସେ କହିଥିଲେ। ତେଣୁ ତାଙ୍କର ଶେଷ ଇଚ୍ଛା ଓ ପରିବାର ଲୋକଙ୍କ ସହମତିରେ ତାଙ୍କର ଚକ୍ଷୁ ଦାନ କରାଯାଇଥିଲା|ଏକ ଡାକ୍ତରୀ ଟିମ୍ ତାଙ୍କ ଆଖିକୁ ମାତ୍ର ୧୦ ମିନିଟ୍ ମଧ୍ୟରେ ସୁରକ୍ଷିତ ଭାବେ ବାହାର କରି ଦେଇଥିଲେ। ତାଙ୍କ ଆଖିର ମାନ ପରୀକ୍ଷା କରାଯିବା ପରେ ଅନ୍ୟାନ୍ୟ ନିୟମକୁ ଅନୁସରଣ କରିବା ପରେ ଆଖି ଆବଶ୍ୟକ କରୁଥିବା ଦୁଇ ଜଣ ବ୍ୟକ୍ତିଙ୍କଠାରେ ସେଗୁଡ଼ିକୁ ପ୍ରତିରୋପଣ କରାଯିବ। ପୂର୍ବରୁ ସୂର୍ଯ୍ୟ ପାତ୍ରଙ୍କ ମା’ଙ୍କ ମୃତ୍ୟୁ ପରେ ମଧ୍ୟ ତାଙ୍କର ଚକ୍ଷୁ ଦ୍ୱୟକୁ ଦାନ କରାଯାଇଥିଲା।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |