ଭୁବନେଶ୍ୱର,୩।୯:ବିଧାନସଭାର ପୂର୍ବତନ ବାଚସ୍ପତି, ପୂର୍ବତନ ମନ୍ତ୍ରୀ ତଥା ବିଜେଡିର ବରିଷ୍ଠ ନେତା ସୂର୍ୟ୍ୟନାରାୟଣ ପାତ୍ରଙ୍କ ଗତକାଲି ପରଲୋକ ହୋଇଛି । ଦୀର୍ଘଦିନ ଧରି ସେ ଅସୁସ୍ଥ ଥିଲେ । ଭୁବନେଶ୍ୱରର ଏକ ଘରୋଇ ହସପିଟାଲରେ ଶନିବାର ସନ୍ଧ୍ୟା ୭ଟା ୩୧ ମିନିଟ ସମୟରେ ତାଙ୍କର ପରଲୋକ ହୋଇଛି । ସୂର୍ୟ୍ୟନାରାୟଣ ପାତ୍ରଙ୍କ ଦେହାନ୍ତକୁ ନେଇ ଗତକାଲି ଠାରୁ ବିଭିନ୍ନ ମହଲରେ ଶୋକ ପ୍ରକାଶ ପାଉଥିବା ଦେଖିବାକୁ ମିଳିଛି । ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ୱର୍ଗତ ପାତ୍ରଙ୍କ ବାସଭବନକୁ ଯାଇ ଶେଷ ଦର୍ଶନ କରିଛନ୍ତି । ମରଶରୀରକୁ ଶଙ୍ଖ ଭବନକୁ ନିଆଯାଇ ସେଠାରେ ଶ୍ରଦ୍ଧାଞ୍ଜଳି ପ୍ରଦାନ କରାଯିବ । ବିଧାନସଭା ପରିସରରେ ଗାର୍ଡ ଅଫ ଅନର ପ୍ରଦାନ କରାଯିବ । ଏହାପରେ ଦିଗପହଣ୍ଡିରେ ରାଷ୍ଟ୍ରୀୟ ମର୍ୟ୍ୟାଦା ସହିତ ଶେଷକୃତ୍ୟ କରାଯିବ ବୋଲି ସୂଚନା ରହିଛି ।ତା ପରେ ବ୍ରହ୍ମପୁର ଦେଇ ଦିଗପହଣ୍ଡି ନିଆଯିବ। ଅପରାହ୍ନରେ ଦିଗପହଣ୍ଡିରେ ହିଁ ଶେଷ କୃତ୍ୟ ହେବାର ଅଛି। ଗତକାଲି ଭୁବନେଶ୍ୱରର ଏକ ଘରୋଇ ହସପିଟାଲରେ ତାଙ୍କର ଦେହାନ୍ତ ହୋଇଥିଲା। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସହ ଅନେକ ବ୍ୟକ୍ତି ଶୋକ ବ୍ୟକ୍ତ କରି ଶୋକ ସନ୍ତପ୍ତ ପରିବାରକୁ ସମବେଦନା ଜଣାଇଛନ୍ତି । ସୂର୍ଯ୍ୟପାତ୍ରଙ୍କୁ .ଶେଷ ଦର୍ଶନ ପାଇଁ ତାଙ୍କ ନୟାପଲ୍ଲୀ ସ୍ଥିତ ବାସଭବନରେ ଅନେକ ବ୍ୟକ୍ତିଙ୍କ ଭିଡ଼ ଜମିଛି ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |