ଲାହୋର ,,୩।୯:ଲାହୋରର ଗଦାଫି ଷ୍ଟାଡିୟମଠାରେ ଚାଲିଥିବା ଏସିଆକପର ଏକ ମ୍ୟାଚରେ ଆଫଗାନିସ୍ତାନ ଆଗରେ ୩୩୫ ରନର ବିଶାଳ ଲକ୍ଷ୍ୟ ରଖିଛି ବାଂଲାଦେଶ । ପ୍ରଥମ ମ୍ୟାଚ ହାରିଥିବା ବାଂଲାଦେଶ ପାଇଁ ଏହି ମ୍ୟାଚ ବେଶ ଗୁରୁତ୍ବପୂର୍ଣ୍ଣ ଥିବାବେଳେ ଦଳର ବ୍ୟାଟ୍ସମ୍ୟାନମାନେ ଲଢୁଆ ବ୍ୟାଟିଂ କରି ଦଳ ପାଇଁ ଏକ ବଡ଼ ସ୍କୋର ଛିଡ଼ା କରିଛନ୍ତି ।ଏହି ମ୍ୟାଚରେ ବାଂଲାଦେଶ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା । ଦଳର ଦୁଇ ଓପନର ମହମ୍ମଦ ନଇମ୍ ଓ ମେହଦି ହାସନ ମିରାଜ୍ ପ୍ରଥମ ଓ୍ବିକେଟ ଯୋଡ଼ିରେ ୬୦ ରନ କରି ଏକ ଭଲ ଆରମ୍ଭ କରିଥିଲେ । ନଇମ୍ ୨୮ରନ କରି ଆଉଟ ହେବା ପରେ ତୌହିଦ୍ ହ୍ରିଦୟ ଖାତା ଖୋଲିବା ପୂର୍ବରୁ ଆଉଟ ହୋଇଥିଲେ । ତେବେ ମିରାଜ ଓ ନଜମୁଲ ହୁସେନ ସାଣ୍ଟୋ ଲଢୁଆ ବ୍ୟାଟିଂ କରି ଏକ ବଡ଼ ସ୍କୋର ଛିଡ଼ା କରିଥିଲେ । ଉଭୟ ବ୍ୟାଟର ଶତକ ହାସଲ କରିଥିଲେ । ମିରାଜ ୧୧୨ ରନ କରି ରିଟାୟାର୍ଡ ହଟ ଓ ସାଣ୍ଟୋ ରନ ଆଉଟ ହୋଇଥିଲେ । ଏହି ଦୁଇ ବ୍ୟାଟର ପାଭିଲିୟନ ଫେରିବା ପରେ ଆସିଥିବା ମୁସ୍ତାଫିଜୁର ରହିମ ଓ ସକିବୁଲ ହସନ ମଧ୍ୟ ଉପଯୋଗୀ ଇନିଂସ ଖେଳି ଦଳୀୟ ସ୍କୋରକୁ ୩୦୦ ସେପଟକୁ ନେଇଯାଇଥିଲେ ଓ ୩୩୪ରେ ପହଞ୍ଚାଇଥିଲେ ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |