ସକ୍ରିୟ ଘୂର୍ଣ୍ଣିବଳୟ, ଆସନ୍ତାକାଲି ନେବ ଲଘୁଚାପର ରୂପ

ଭୁବନେଶ୍ୱର,୪।୯ :  ଉତ୍ତର-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ସକ୍ରିୟ ହୋଇଛି । ଆସନ୍ତା ୪୮ଘଣ୍ଟା ମଧ୍ୟରେ ଏହା ଲଘୁଚାପର ରୂପ ନେବା ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆଗାମୀ ଦୁଇଦିନ ଯାଏ ରାଜ୍ୟରେ ବିସ୍ତୃତ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ତେବେ ୭ ତାରିଖରେ କେତେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି । ଏଥିସହ ଓ ବିଜୁଳି ଓ ଘଡ଼ଘଡ଼ି ମାରିବାର ମଧ୍ୟ ସମ୍ଭାବନା ଥିବାରୁ ସତର୍କ ରହିବା ପାଇଁ ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ କୋରାପୁଟ, କଳାହାଣ୍ଡି, ମାଲକାନଗିରି ଓ ନବରଙ୍ଗପୁର ଜିଲ୍ଲାର କେତେକ ସ୍ଥାନରେ ଅତି ପ୍ରବଳ ବର୍ଷା ଅର୍ଥାତ୍ ୭ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହେବ ବୋଲି ସୂଚନା ଦିଆଯାଇଛି ।ସେପଟେ 13ରେ ଆଉ ଏକ ଲଘୁଚାପ ସୃଷ୍ଟି ହେବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ।ଆଜି ପାଇଁ 5 ଆଭ୍ୟନ୍ତରୀଣ ଜିଲ୍ଲା ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ, କଳାହାଣ୍ଡିରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ବାଲେଶ୍ବର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର, କଟକ, ସମ୍ବଲପୁର, ଦେବଗଡ଼, ସୋନପୁର, ମାଲକାନଗିରି, କୋରାପୁଟ ଜିଲ୍ଲାରେ ମଧ୍ୟ ବର୍ଷା ସହ ବଜ୍ରପାତ ନେଇ ଆଲର୍ଟ ଜାରି କରାଯାଇଛି |ଆସନ୍ତା ୭ ତାରିଖ ପର୍ଯ୍ୟନ୍ତ ରାଜ୍ୟର କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ୭ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!