ପୁରୀ,୪।୯ : ଆଜି ପବିତ୍ର ଭାଦ୍ରବ ମାସ କୃଷ୍ନପକ୍ଷ ପଞ୍ଚମୀ ତିଥି ଅର୍ଥାତ୍ ରେଖାପଞ୍ଚମୀ । ଏହି ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଲାଗି ହେବ ରାହୁ ରେଖା। ଶ୍ରୀଜିଉଙ୍କ ଶ୍ରୀମୁଖ ସରସ ଓ ସୁନ୍ଦର ଦେଖାଯିବା ପାଇଁ ସୁନା ଲାଗିଥିବା ପଟିରେ ପ୍ରସ୍ତୁତ ଏହି ରାହୁରେଖାକୁ ଚତୁଃର୍ଦ୍ଧାମୂର୍ତ୍ତୀଙ୍କୁ ଲାଗି କରାଯିବ।ଆଜି (ସୋମବାର) ଶ୍ରୀମନ୍ଦିର ରତ୍ନ ସିଂହାସନରେ ଦାରୁବ୍ରହ୍ମଙ୍କୁ ରାହୁରେଖା ଲାଗି କରାଯିବ। ଏଥିପାଇଁ ଅପରାହ୍ଣ ପ୍ରାୟ ୩ଟାରୁ ରାତ୍ର ୮ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଶ୍ରୀଜୀଉଙ୍କ ପ୍ରଥମ ଭୋଗ ମଣ୍ଡପ ନୀତି ଶେଷ ପରେ ଭିତରୁ ଜୟବିଜୟ ଦ୍ୱାର ବନ୍ଦ କରାଯିବ।ମହାପ୍ରଭୁଙ୍କର ଅନେକ ଗୁପ୍ତନୀତି ମଧ୍ୟରୁ ଏହା ଅନ୍ୟତମ ଗୁପ୍ତନୀତି ହୋଇଥିବାରୁ ଦଇତାପତି ସେବାୟତ ମାନେ ଗୋଷ୍ଠିଗତ ଭାବେ ଏହି ନୀତିକୁ ନିଷ୍ଠାର ସହ ସମ୍ପାଦନ କରିବେ। ପ୍ରଥମ ଭୋଗମଣ୍ଡପ ସରିବା ପରେ ରାହୁରେଖା ଲାଗି ନୀତି ଆରମ୍ଭ ହେବ । ଏହା ଏକ ଗୁପ୍ତନୀତି ହୋଇଥିବାରୁ ଶ୍ରୀମନ୍ଦିର ପ୍ରଶାସନର ସୂଚନା ଅନୁଯାୟୀ ଆଜି ଅପରାହ୍ନ 3 ଟା ରୁ ରାତି 8 ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ |
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |