ଆଜି ୧୨ ଘଣ୍ଟିଆ କଣ୍ଟାବାଞ୍ଜି ବନ୍ଦ ଡାକରା

ବଲାଙ୍ଗୀର,,୫।୯: କଣ୍ଟାବାଞ୍ଜିକୁ ଜିଲ୍ଲା ମାନ୍ୟତା ଦାବି ନେଇ ଆଜି ୧୨ ଘଣ୍ଟିଆ କଣ୍ଟାବାଞ୍ଜି ବନ୍ଦ ଡାକରା ।  ଜିଲ୍ଲା ସଙ୍ଘର୍ଷ ସମିତିର ଆହ୍ବାନ କ୍ରମେ ଆଜି ଏହି ବନ୍ଦ ଡାକରା ଦିଆଯାଇଛି। ଆଜିର ଏହି ବନ୍ଦରେ ସମସ୍ତ ବ୍ୟାବସାୟିକ ପ୍ରତିଷ୍ଠାନ, ଦୋକାନ ବଜାର, ସ୍କୁଲ କଲେଜ ସରକାରୀ କାର୍ଯ୍ୟାଳୟ ବନ୍ଦ ରହିଛି। ଏପରି ଯାନବାହନ ଚଳାଚଳ ମଧ୍ୟ ବନ୍ଦ ରହିଛିl ସ୍ଥାନୀୟ ଇନ୍ଦିରା ଛକ ନିକଟର ଜିଲ୍ଲା ସଙ୍ଘର୍ଷ ସମିତିର କର୍ମକର୍ତ୍ତାମାନେ ରାସ୍ତା ଉପରେ ବିକ୍ଷୋଭ ପ୍ରଦଶନ କରିଛନ୍ତି। ଆଜିର ଏହି ବନ୍ଦରେ ସହରର ୫୦ରୁ ଅଧିକ ସଂଗଠନ ସାମିଲ ହୋଇଛନ୍ତି।କଣ୍ଟାବାଞ୍ଜି ଜିଲ୍ଲା ସଂଘର୍ଷ ସମିତି ପକ୍ଷରୁ ଏହି ଡାକରା ବନ୍ଦ ଡାକରା ଦିଆଯାଇଛି । ଆଜି ସକାଳୁ ସମସ୍ତ ବ୍ୟାବସାୟିକ ପ୍ରତିଷ୍ଠାନ, ଦୋକାନ ବଜାର, ସ୍କୁଲ କଲେଜ, ସରକାରୀ କାର୍ଯ୍ୟାଳୟ ବନ୍ଦ ରହିଛି । ତେବେ ଏହି ବନ୍ଦ ଡାକରାରେ ସହରର ୩୦ରୁ ଅଧିକ ସଂଗଠନ ସାମିଲ ହୋଇଛନ୍ତି । ସ୍ଥାନୀୟ ଇନ୍ଦିରା ଛକ ନିକଟର ଜିଲ୍ଲା ସଙ୍ଘର୍ଷ ସମିତିର କର୍ମକର୍ତ୍ତା ମାନେ ରସ୍ତା ଉପରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି । ସେହିପରି ସୁରକ୍ଷା ବ୍ୟବସ୍ଥାକୁ ନଜରରେ ରଖି ପୋଲିସ ଫୋର୍ସ ମୁତୟନ କରାଯାଇଛି । ଅନ୍ୟପଟେ କଣ୍ଟାବାଞ୍ଜିରେ ସକାଳ ୬ଟାରୁ ସଂଧ୍ୟା ୬ଟା ପର୍ଯ୍ୟନ୍ତ ଚକା ଯାମ କରାଯାଇଛି । କଣ୍ଟାବାଞ୍ଜି ସହରକୁ ସଂଯୋଗ କରୁଥିବା ରାସ୍ତାକୁ ଅବରୋଧ କରିବା ଫଳରେ ଶହ ଶହ ଗାଡି ମଧ୍ୟ ଅଟକି ରହିଛି । ଏହି ଦାବିକୁ ସହରର ବିଭିନ୍ନ ବ୍ୟବସାୟିକ ଅନୁଷ୍ଠାନ ସହ ଅନେକ ସ୍ୱେଚ୍ଛାସେବୀ ଏବଂ ସାମାଜିକ ସଂଗଠନ ନିଜର ସମର୍ଥନ ଜଣାଇଛନ୍ତି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!