ଓଡ଼ିଶା ହାଇକୋର୍ଟର ଶପଥ ଗ୍ରହଣ କଲେ ଦୁଇ ନୂତନ ବିଚାରପତି

କଟକ,,୫।୯: ଓଡ଼ିଶା ହାଇକୋର୍ଟର ଦୁଇ ନୂତନ ବିଚାରପତି ଭାବେ ଶପଥ ଗ୍ରହଣ କରିଛନ୍ତି  ଜଷ୍ଟିସ୍ ଶିବଶଙ୍କର ମିଶ୍ର ଓ ଜଷ୍ଟିସ୍ ଆନନ୍ଦ ଚନ୍ଦ୍ର ବେହେରା। ଉଭୟଙ୍କୁ ଏକ ବର୍ଣ୍ଣାଢ଼୍ୟ ଉତ୍ସବ ଶପଥପାଠ କରାଇଛନ୍ତି ଓଡ଼ିଶା ଉଚ୍ଚ ନ୍ୟାୟାଳୟର ମୁଖ୍ୟ ବିଚାରପତି ଜଷ୍ଟିସ୍ ଶୁଭାଶିଷ ତାଳପତ୍ର। ଦୁଇ ନୂଆ ବିଚାରପତିଙ୍କ ଶପଥ ଗ୍ରହଣ ପରେ ଓଡ଼ିଶା ହାଇକୋର୍ଟରେ ମୁଖ୍ୟ ବିଚାରପତିଙ୍କ ସମେତ ବିଚାରପତିଙ୍କ ସଂଖ୍ୟା ୨୨ରେ ପହଞ୍ଚିଛି।ଆଜି ଶପଥ ନେଲେ ନିଯୁକ୍ତି ପାଇଥିବା ହାଇକୋର୍ଟର ଦୁଇ ନୂତନ ବିଚାରପତି ଶିବ ଶଙ୍କର ମିଶ୍ର ଓ ଆନନ୍ଦ ଚନ୍ଦ୍ର ବେହେରା। ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ ଶୁଭାଶିଷ ତାଳପତ୍ର ଶପଥ ପାଠ କରାଇଛନ୍ତି।  ୧୦ ଟାରେ ଏହି ଶପଥ ଗ୍ରହଣ ଉତ୍ସବର ଆୟୋଜନ କରାଯାଇଛି। ତେବେ ହାଇକୋର୍ଟର ପୁରୁଣା ବିଲ୍ଡିଂରେ ଥିବା ନୂତନ କନ୍ଫରେନ୍ସ ହଲ ଠାରେ ଶପଥ ଗ୍ରହଣ ଉତ୍ସବ ଆୟୋଜନ କରାଯାଇଛି|ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ଆଇନଜୀବୀ ଶିବ ଶଙ୍କର ମିଶ୍ର ଓ  ବିଚାର ବିଭାଗୀୟ ଅଧିକାରୀ ଆନନ୍ଦ ଚନ୍ଦ୍ର ବେହେରାଙ୍କୁ ନିଯୁକ୍ତି ମିଳିଛି। କେନ୍ଦ୍ର ଆଇନ ମନ୍ତ୍ରାଳୟ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଜଷ୍ଟିସ ଡି.ୱାଇ.ଚନ୍ଦ୍ରଚୂଡ, ଜଷ୍ଟିସ ଏସ.କେ.କୌଲ ଓ ଜଷ୍ଟିସ ସଂଜୀବ ଖାନ୍ନାଙ୍କୁ ନେଇ ଗଠିତ କଲେଜିଏମ ଏ ସଂପର୍କିତ ପ୍ରସ୍ତାବକୁ ‌ଅନୁମୋଦନ ପ୍ରଦାନ କରିଥିଲେ। ୨୦୨୩, ଜାନୁଆରି ୧୭ରେ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଅନ୍ୟ ଦୁଇ ବରିଷ୍ଠତମ ବିଚାରପତିଙ୍କ ସହିତ ପରାମର୍ଶ କରି ଶ୍ରୀ ମିଶ୍ର ଓ ଶ୍ରୀ ବେହେରାଙ୍କ ନାଁ ସୁପାରିସ କରିଥିଲେ। ଏହି ସୁପାରିସ ସହିତ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଓ ରାଜ୍ୟପାଳ ସହମତ ହୋଇଥିଲେ। ଏହାପରେ ଶ୍ରୀ ମିଶ୍ର ଓ ଶ୍ରୀ ବେହେରାଙ୍କ ନିଯୁକ୍ତି ସଂପର୍କିତ ପ୍ରସ୍ତାବକୁ ସୁପ୍ରିମକୋର୍ଟ କଲେଜିୟମ ବୈଠକରେ ଗ୍ରହଣ କରାଯିବା ସହିତ ଏ ନେଇ ସୁପାରିସ କରାଯାଇଛି। ଶିବ ଶଙ୍କର ମିଶ୍ର ଜୟପୁର ଠାରେ ୧୯୬୮, ମେ ୩ରେ ଜନ୍ମଗ୍ରହଣ କରିଥିଲେ। କୋରାପୁଟର ଜୟପୁର ଲ କଲେଜରୁ ସେ ଏଲଏଲବି ଡିଗ୍ରି ହାସଲ କରିଥିଲେ। ୧୯୯୧ରୁ ସେ ସୁପ୍ରିମକୋର୍ଟରେ ଆଇନଜୀବି ଭାବେ କାର୍ଯ୍ୟ କରିଥିଲେ। ସେହିଭଳି ଭାବେ ଶ୍ରୀ ବେହେରା ୧୯୬୪, ମେ ୨୩ରେ ଜନ୍ମ ଗ୍ରହଣ କରିଥିଲେ। ରାଜ୍ୟର ବିଭିନ୍ନ ସ୍ଥାନରେ ସେ ବରିଷ୍ଠ ବିଚାର ବିଭାଗୀୟ ଅଧିକାରୀ ଭାବେ କାର୍ଯ୍ୟ କରିଛନ୍ତି। ବର୍ତ୍ତମାନ ଶ୍ରୀ ବେହେରା ରାଜ୍ୟ ଭିଜିଲାନ୍ସରେ ଲିଗାଲ ଆଡଭାଇଜର ଭାବରେ କାର୍ଯ୍ୟରତ ଅଛନ୍ତି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!