ଆଜି ପବିତ୍ର ଜନ୍ମାଷ୍ଟମୀ,ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି

ପୁରୀ,୬।୯: ଆଜି ଭାଦ୍ରବ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥି। ପବିତ୍ର ଜନ୍ମାଷ୍ଟମୀ ତଥା ମହାପ୍ରଭୁ ଶ୍ରୀକୃଷ୍ଣଙ୍କ ଜନ୍ମ ଉତ୍ସବ। ଆଜି ସାରା ଦେଶରେ ବିଶେଷ କରି ବୈଷ୍ଣବ ଧର୍ମାବଲମ୍ବୀ ଶ୍ରଦ୍ଧାଳୁମାନେ ବେଶ ଉତ୍ସାହର ସହ ପାଳିବେ ନନ୍ଦଲାଲାଙ୍କ ଜନ୍ମୋତ୍ସବ। ମଥୁରା ଓ ବୃନ୍ଦାବନରେ ଭକ୍ତିମୟ ପରିବେଶରେ ମହାପ୍ରଭୁଙ୍କ ଆବାହନ କରାଯିବ।ଏହି ଅବସରରେ ଆଜି ପୁରୀ ଶ୍ରୀମନ୍ଦିରରେ ମଧ୍ୟ ରହିଛି ସ୍ୱତନ୍ତ୍ର ନୀତିକାନ୍ତି। ଆଜି ଶ୍ରୀମନ୍ଦିରରେ ସନ୍ଧ୍ୟା ଆଳତି ସମୟରେ ଠାକୁରଙ୍କୁ ଛଅମୂର୍ତ୍ତି ଅଳଙ୍କାର ଲାଗି କରାଯିବ। ସନ୍ଧ୍ୟା ଧୂପ ପରେ ଜୟବିଜୟ ଦ୍ୱାର ବନ୍ଦ କରାଯିବ। ଟେରା ବନ୍ଧା ହେବାପରେ ମହାପ୍ରଭୁଙ୍କ ନିକଟରେ ସ୍ୱତନ୍ତ୍ର ଭୋଗରାଗ ଲାଗି କରାଯିବ।ତେବେ ଆଜି ଏହି ଜନ୍ମାଷ୍ଟମୀ ପାଇଁ ଶ୍ରୀମନ୍ଦିରରେ ରହିଛି ସ୍ୱତନ୍ତ୍ର ନୀତିକାନ୍ତି । ଗତକାଲି ପ୍ରସବ ଯନ୍ତ୍ରଣାରୁ ମୁକ୍ତି ପାଇବା ପାଇଁ ଯେଉଡ ଭୋଗ ସହ ଗର୍ଭଉଦକ ବନ୍ଦାପନା କରାଯାଇଥିବା ବେଳେ ଆଜି ସଂନ୍ଧ୍ୟାଧୂପ ଶେଷ ହେବାପରେ ଶ୍ରୀକୃଷ୍ଣଙ୍କ ଜନ୍ମନୀତି ଅନୁଷ୍ଠିତ ହେବ ବୋଲି ସୂଚନା ମିଳିଛି । ମହାଜନ ସେବକଙ୍କ ଦ୍ଵାରା ଅନୁଷ୍ଠିତ ହେବ ଶ୍ରୀକୃଷ୍ଣ ଜନ୍ମନୀତି । ଦେବକୀ ଓ ବସୁଦେବ ବେଶରେ ଜନ୍ମ ଚକଡାରେ ନିଶାର୍ଦ୍ଧରେ ଜନ୍ମ ନେବେ ପ୍ରଭୁ କୃଷ୍ଣ ।ଆଜିଠାରୁ ଶ୍ରୀକୃଷ୍ଣଙ୍କ ଜନ୍ମନୀତି ଆରମ୍ଭ ହୋଇ କଂସବଧ ଲୀଳା ନୀତି ପର୍ଯ୍ୟନ୍ତ ଚାଲୁରହିବ । ଶ୍ରୀମନ୍ଦିର ସହ ଜଡିତ ବିଭିନ୍ନ ମଠବାଡି ମାନଙ୍କରେ ଆଜି ରାତିରେ ଶ୍ରୀକୃଷ୍ଣ ଜନ୍ମନୀତି ମଧ୍ୟ ଅନୁଷ୍ଠିତ ହେବ । ସଂନ୍ଧ୍ୟାଧୂପ ସରିବା ପରେ ଜୟବିଜୟ ଦ୍ୱାର ବନ୍ଦ କରାଯାଇ ଭଣ୍ତାର ଘର ସମ୍ମୁଖ ଭାଗରେ ପୂଜାପଣ୍ତା ସେବାୟତ ମାନେ ପଞ୍ଚବର୍ଣ୍ଣ ମୁରୁଜରେ ଜନ୍ମମଣ୍ତଳୀ ଅଙ୍କନ କରିବେ । ସେଠାରେ ସୁନାର କୃଷ୍ଣ ମୁର୍ତ୍ତି ରଖାଯାଇ ଦକ୍ଷିଣ ଘରୁ ମଦନମୋହନଙ୍କୁ ଅଣାଯିବା ନେଇ କାର୍ଯ୍ୟକ୍ରମ ରହିଛି ।ଏହାପରେ ଦୁଇଜଣ ମହାଜନ ସେବକ ଦେବକୀ ଓ ବସୁଦେବ ଚରିତ୍ର ହୋଇ କୃଷ୍ଣ ଜନ୍ମନୀତି ପାଳନ କରିବେ । ପରେ ମଦନମୋହନଙ୍କୁ ନାଭିକଟାମଣ୍ତପକୁ ନିଆଯାଇ କୃଷ୍ଣଜନ୍ମ ଠାରୁ ଉପନୟନ ପର୍ୟ୍ୟନ୍ତ ବିଭିନ୍ନ ନୀତିକାନ୍ତି କରାଯିବ । ଶେଷରେ ଜଗମୋହନ ନିକଟରେ ଏକ ଦୋଳିରେ ମଦନମୋହନଙ୍କୁ ରଖାଯାଇ ଶ୍ରୀକୃଷ୍ଣ ଜନ୍ମନୀତି ଶେଷ କରାଯିବ ବୋଲି ଜଣାଯାଇଛି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!