ଲଘୁଚାପ ପ୍ରଭାବରେ ରାଜ୍ୟର ବର୍ଷା

ଭୁବନେଶ୍ୱର,୮ା୯:ଲଘୁଚାପ ପ୍ରଭାବରେ ରାଜ୍ୟରେ  ବର୍ଷା ଜାରି ରହିଛି । ମୌସୁମୀ ପ୍ରଭାବରେ ଗତକାଲି କେତେକ ଜିଲ୍ଲାରେ ପ୍ରବଳ ବର୍ଷା ହୋଇଥିଲା । ଗତ ୨୪ ଘଣ୍ଟାରେ କୋରାପୁଟ ସିମିଳିଗୁଡ଼ାରେ ସର୍ବାଧିକ ୧୫୮ ମିମି ବର୍ଷା ରେକର୍ଡ ହୋଇଛି । ଭୁବନେଶ୍ୱର-କଟକ ସମେତ ଅନୁଗୁଳ, ବାଲେଶ୍ୱର, କେନ୍ଦୁଝର, ଢେଙ୍କାନାଳ, ଦେବଗଡ଼, ଜଗତସିଂହପୁର, କେନ୍ଦ୍ରାପଡ଼ା, ବୌଦ୍ଧ, କଳାହାଣ୍ଡି, ନୂଆପଡ଼ା ଓ ଯାଜପୁର ଜିଲ୍ଲାର କେତେକ ଅଞ୍ଚଳରେ ବର୍ଷାର ପରିମାଣ ଅଧିକ ରହିଛି ।ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁଯାୟୀ, ଆଜି ୧୦ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ୯ ତାରିଖରୁ ରାଜ୍ୟରେ ବର୍ଷାର ପରିମାଣ କମୁଥିବା ବେଳେ ୧୨ ତାରିଖରୁ ପୁଣି ବଢିବ ବୋଲି ପୂର୍ବାନୁମାନ କରାଯାଇଛି । ଅ ଦେବଗଡ଼, ଅନୁଗୁଳୁ, କଟକ ଓ ଢେଙ୍କାନାଳରେ ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ସତର୍କ ସୂଚନା ଜାରି କରାଯାଇଛି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!