ଖୋର୍ଦ୍ଧାରେ ପ୍ରତିଷ୍ଠା ହେବ ଓଡ଼ିଶା ପାଇକ ଏକାଡେମୀ ଓ ଗବେଷଣା କେନ୍ଦ୍ର

ଭୁବନେଶ୍ୱର ,୮।୯: ରାଜ୍ୟବାସୀଙ୍କ ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀଙ୍କ ନବୀନ ପଟ୍ଟନାୟକ  ଗରିବ, ଆଦିବାସୀ ତଥା ସମାଜର ବିଭିନ୍ନ ବର୍ଗର ଲୋକଙ୍କ ପାଇଁ ରାଜ୍ୟ ସରକାର ଅନେକ ପଦକ୍ଷେପ ଗ୍ରହଣ କରୁଛନ୍ତି ।   ଖୋର୍ଦ୍ଧାରେ ଓଡ଼ିଶା ପାଇକ ଏକାଡେମୀ ଓ ଗବେଷଣା କେନ୍ଦ୍ର ପ୍ରତିଷ୍ଠା ହେବା ନେଇ ମୁଖ୍ୟମନ୍ତ୍ରୀ ଅନୁମୋଦନ କରିଛନ୍ତି । ଖୋର୍ଦ୍ଧାରେ ଓଡ଼ିଶା ପାଇକ ଏକାଡେମୀ ଓ ଗବେଷଣା କେନ୍ଦ୍ର ପ୍ରତିଷ୍ଠା ହେବା ଫଳରେ ଦେଶ, ବିଦେଶରେ ଓଡ଼ିଶାର ପାଇକ ସଂସ୍କୃତିର ପ୍ରଚାରରେ ତାହା ସହାୟକ ହୋଇପାରିବ । ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ର ଢାଞ୍ଚାରେ ରାଜ୍ୟ ସରକାରଙ୍କ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଅଧିନରେ ଏହି ଏକାଡେମୀ ସ୍ଥାପନ କରାଯିବ । ଖୁବଶୀଘ୍ର ଏହି କେନ୍ଦ୍ର ସ୍ଥାପନ ପାଇଁ ସ୍ଥାନ ନିରୂପଣ କରିବା ସହିତ ସମ୍ପୂର୍ଣ୍ଣ ପ୍ରକଳ୍ପ ରିପୋର୍ଟ (ଡିପିଆର) ପ୍ରଦାନ କରିବାକୁ ମୁଖ୍ୟମନ୍ତ୍ରୀ ଖୋର୍ଦ୍ଧା ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!