ନୂଆଦିଲ୍ଲୀ,୯।୯: ଆଫ୍ରିକୀୟ ଦେଶ ମରକ୍କୋରେ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି । ପ୍ରାଥମିକ ଆକଳନ ଅନୁସାରେ ଏଥିରେ ୨୯୬ ଜଣଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି । ଭୂକମ୍ପରେ ବଡ଼ ବଡ଼ କୋଠା ଥରିବା ସହ ତାସର ଘର ପରି ଭୁଶୁଡ଼ି ପଡିଛି । ଭୟରେ ଲୋକେ ଭୟରେ ଘରୁ ବାହାରି ରାସ୍ତା ଉପରକୁ ପଳାଇ ଆସିଥିଲେ। ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୬.୮ ରେକର୍ଡ କରାଯାଇଛି। ତେବେ ଭୂକମ୍ପର ଭୟାବହତାକୁ ଲକ୍ଷ୍ୟ କଲେ ମୃତ୍ୟୁ ସଂଖ୍ୟା ଯଥେଷ୍ଟ ବୃଦ୍ଧି ପାଇବାର ସମ୍ମାବନା ରହିଛି।ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏହି ଘଟଣାରେ ଗଭରୀ ଦୁଃଖ ପ୍ରକାଶ କରିଛନ୍ତି । ସେ ମୃତକଙ୍କ ପରିବାରକୁ ସମବେଦନା ଜଣାଇବା ସହ ଆହତଙ୍କ ଆରୋଗ୍ୟ କାମନା କରିଛନ୍ତି ।ମରକ୍କୋରେ ହୋଇଥିବା ଭୂକମ୍ପକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଃଖ ପ୍ରକାଶ କରିଛନ୍ତି ଏବଂ କ୍ଷୟକ୍ଷତିକୁ ଦୃଷ୍ଟିରେ ରଖି ସମସ୍ତ ସହାୟତା ପାଇଁ ଭରସା ଦେଇଛନ୍ତିି।ସେ ସୋସିଆଲ ମିଡିଆ ପ୍ଲାଟଫର୍ମରେ ଲେଖିଛନ୍ତି, ମରକ୍କୋରେ ହୋଇଥିବା ଭୂକମ୍ପ ଜନିତ କ୍ଷୟକ୍ଷତିକୁ ନେଇ ମୁଁ ଅତ୍ୟନ୍ତ ଦୁଃଖିତ। ଏହି ସମୟରେ ମୋର ସମ୍ବେଦନା ମରକ୍କୋବାସୀଙ୍କ ସହ ରହିଛି।ପ୍ରଧାନମନ୍ତ୍ରୀ ଆହୁରି ଲେଖିଛନ୍ତି, ଯେଉଁମାନେ ନିଜର ପ୍ରିୟଜନଙ୍କୁ ହରାଇଛନ୍ତି ସେମାନଙ୍କ ପ୍ରତି ସମବେଦନା। ଆହତଙ୍କ ଶୀଘ୍ର ଆରୋଗ୍ୟ କାମନା କରି ସେ କହିଛନ୍ତି ଯେ ଏହି କଷ୍ଟ ସମୟରେ ଭାରତ ମୋରୋକୋକୁ ସମସ୍ତ ସମ୍ଭାବ୍ୟ ସହାୟତା ଯୋଗାଇବାକୁ ପ୍ରସ୍ତୁତ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |