ନୂଆଦିଲ୍ଲୀ,୧୦।୯: ଆଫ୍ରିକୀୟ ଦେଶ ମରୋକ୍କୋରେ ହୋଇଥିବା ଶକ୍ତିଶାଳୀ ଭୂମିକମ୍ପରେ ୨ ହଜାର ଟପିଛି ମୃତ୍ୟୁ ସଂଖ୍ୟା। ହଜାର ହଜାର ଲୋକେ ଆହତ ହୋଇଥିବା ବେଳେ ୨ ହଜାରରୁ ଅଧିକଙ୍କ ଅବସ୍ଥା ସଂକଟାପନ୍ନ ରହିଛି। ଶୁକ୍ରବାର ରାତିରେ ମୋରକୋରେ ସଂଘଠିତ ବିନାଶକାରୀ ଭୂମିକମ୍ପ ଯୋଗୁଁ ୨୦୦୦ରୁ ଅଧିକ ଲୋକ ପ୍ରାଣ ହରାଇଛନ୍ତି ଓ ୨,୦୫୯ ଆହତ ହୋଇଛନ୍ତି ବୋଲି ଶନିବାର ଦିନ ସରକାରୀ କର୍ତ୍ତୃପକ୍ଷମାନେ କହିଛନ୍ତିଧ୍ୱଂସାବଶେଷ ତଳେ ଏବେ ବି ଅନେକ ଦବି ରହିଥିବା ଆଶଙ୍କା କରାଯାଉଛି। ଯୁଦ୍ଧକାଳୀନ ଭିତ୍ତିରେ ଉଦ୍ଧାରକାର୍ଯ୍ୟ ଚାଲିଥିବା ବେଳେ ମୃତ୍ୟୁ ସଂଖ୍ୟା ଆହୁରି ବଢ଼ିବା ଆଶଙ୍କା କରାଯାଉଛି। ଏହାସହ ବିଭିନ୍ନ ହସ୍ପିଟାଲରେ ଆହତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏତେ ପରିମାଣର ଜୀବନ ଯିବା ପରେ ମରୋକ୍କୋରେ ତିନି ଦିନିଆ ରାଷ୍ଟ୍ରୀୟ ଶୋକ ଘୋଷଣା ହୋଇଛି।ଶୁକ୍ରବାର ରାତିରେ ୨୦ ସେକେଣ୍ଡ ଧରି ଅନୁଭୂତ ହୋଇଥିଲା ଭୂକମ୍ପ। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୬.୮ ରେକର୍ଡ କରାଯାଇଥିଲା। । ମରୋକ୍କୋର ରାଜଧାନୀ ରାବତଠାରୁ ୩୫୦କିମି ଦୂରରେ ଭୂମିକମ୍ପର କେନ୍ଦ୍ରସ୍ଥଳ ଥିବା ସୂଚନା ମିଳିଛି।ଭୂମିକମ୍ପ ପରେ ଏକାଧିକ ଅଞ୍ଚଳରେ ବିଦ୍ୟୁତ୍ ସରବରାହ ବନ୍ଦ ରହିଛି। ଟେଲିଫୋନ୍ ଲାଇନ୍ କଟି ଯାଇଛି। ମରୋକ୍କୋକୁ ଲାଗି ରହିଥିବା ଆଲଜେରିଆରେ ବି ଭୂମିକମ୍ପ ଅନୁଭୂତ ହୋଇଥିଲା।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |