ଭୁବନେଶ୍ୱର,୧୧।୯:ରାଜ୍ୟରେ ଶିକ୍ଷକ ନିଯୁକ୍ତି ନେଇ ଓସେପା ୱେବସାଇଟ୍ରେ ପ୍ରକାଶ ପାଇଲା ବିଜ୍ଞପ୍ତି । ୨୦ ହଜାର ଶିକ୍ଷକ ନିଯୁକ୍ତି ପାଇଁ ବାହାରିଛି ବିଜ୍ଞପ୍ତି। ନିଯୁକ୍ତି ନେଇ ଓସେପା ୱେବସାଇଟ୍ରେ ପ୍ରକାଶ ପାଇଲା ବିଜ୍ଞପ୍ତି। ଆଶାୟୀମାନେ ଆସନ୍ତା ୧୩ରୁ ଆବେଦନ କରିପାରିବେ ଆଶାୟୀ। ଆବେଦନ ପାଇଁ ଅକ୍ଟୋବର ୧୦ ଶେଷ ତାରିଖ ରହିଛି । ସଂପୂର୍ଣ୍ଣ ଅନଲାଇନରେ ହେବ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟା। କମ୍ପ୍ୟୁଟର ବେସଡ ଟେଷ୍ଟରେ ଲିଖିତ ପରୀକ୍ଷା ହୋଇ ଶିକ୍ଷକଙ୍କୁ ଚୟନ କରାଯିବ। ନିଯୁକ୍ତି ପାଇଁ ଓଡି଼ଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ ଓସେପା ୱେବସାଇଟ୍ରେ ବିଜ୍ଞପ୍ତି ପ୍ରକାଶ ପାଇଛି । କମ୍ପ୍ୟୁଟର ବେସଡ୍ ଟେଷ୍ଟ ସିବିଟି ମାଧ୍ୟମରେ ଲିଖିତ ପରୀକ୍ଷା କରାଯାଇ ଆଶାୟୀ ପ୍ରାର୍ଥୀଙ୍କୁ ଚୟନ କରାଯିବ । ସମଗ୍ର ଶିକ୍ଷା କାର୍ଯ୍ୟକ୍ରମ ଅଧୀନରେ ଜିଲ୍ଲା ଅନୁସାରେ ଜିଲ୍ଲା ପରିଷଦ ପକ୍ଷରୁ ସମସ୍ତ ପ୍ରାଥମିକ କନିଷ୍ଠ ଶିକ୍ଷକଙ୍କୁ ନିଯୁକ୍ତି ଦିଆଯିବ ।ଓସେପାରେ ୱେବସାଇଟ୍ରେ ନିଯୁକ୍ତି ପାଇଁ ଜିଲ୍ଲାୱାରୀ ପଦବୀ, ଲିଖିତ ପରୀକ୍ଷାର ସିଲାବସ୍ , କେଉଁ କେଉଁ ତଥ୍ୟ ଅପଲୋଡ୍ କରାଯିବ ଆଦି ସବିଶେଷ ବିବରଣୀ ଉପଲବ୍ଧ ରହିଛି । ଓସେପାର ୱେବସାଇଟ୍ osepa.odisha.gov.inରେ ଆଶାୟୀମାନେ ଆବେଦନ କରିପାରିବେ ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |