ଶ୍ରୀମନ୍ଦିରରେ ପ୍ରଳମ୍ବାସୁର ବଧ ବେଶ ନୀତି

ପୁରୀ, ୧୨ା୯:ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପ୍ରଳମ୍ବାସୁର ବଧ ବେଶ ହେବ । ଭାଦ୍ରବ କୃଷ୍ଣ ଦ୍ୱାଦଶୀ ତିଥିରେ ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ପରେ ଶ୍ରୀ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ ହେବ । ଏହି ବେଶରେ ପ୍ରଭୁ ବଳଭଦ୍ର ଦେବଙ୍କର ଏକ ହସ୍ତରେ ହଳ ଓ ଅନ୍ୟ ହାତରେ ମୂଷଳ ଶୋଭା ପାଏ । ପ୍ରାୟ ୪ ଫୁଟ୍ ଉଚ୍ଚତାର ଏକ କାଷ୍ଠ ନିର୍ମିତ ପ୍ରଳମ୍ବାସୁର ମୂର୍ତ୍ତି ରତ୍ନସିଂହାସନରେ ବଳଭଦ୍ର ଦେବଙ୍କ ନିମ୍ନ ଭାଗରେ ରଖାଯାଏ । ଅସୁରର ସ୍କନ୍ଧ ଓ ଭୁଜରେ ବଳଭଦ୍ର ବସିଥିବା ଭଳି ବେଶରେ ସ୍ପଷ୍ଟ ହୁଏ । ଏହି ବେଶ ମଧ୍ୟାହ୍ନ ଧୂପ ପରେ ଅନୁଷ୍ଠିତ ହୋଇ ସନ୍ଧ୍ୟାଧୂପ ସରିବା ଯାଏଁ ରହିଥାଏ । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପ୍ରଳମ୍ବାସୁର ବଧ ବେଶ ହେବ ଭାଦ୍ରବ କୃଷ୍ଣ ଦ୍ୱାଦଶୀ ତିଥିରେ। ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ପରେ ଶ୍ରୀ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ ହେବ । ଏହି ବେଶରେ ପ୍ରଭୁ ବଳଭଦ୍ର ଦେବଙ୍କର ଏକ ହସ୍ତରେ ହଳ ଓ ଅନ୍ୟ ହାତରେ ମୂଷଳ ଶୋଭା ପାଏ ।ପ୍ରାୟ ୪ ଫୁଟ୍ ଉଚ୍ଚତାର ଏକ କାଷ୍ଠ ନିର୍ମିତ ପ୍ରଳମ୍ବାସୁର ମୂର୍ତ୍ତି ରତ୍ନସିଂହାସନରେ ବଳଭଦ୍ର ଦେବଙ୍କ ନିମ୍ନ ଭାଗରେ ରଖାଯାଏ । ଅସୁରର ସ୍କନ୍ଧ ଓ ଭୁଜରେ ବଳଭଦ୍ର ବସିଥିବା ଭଳି ବେଶରେ ସ୍ପଷ୍ଟ ହୁଏ । ଏହି ବେଶ ମଧ୍ୟାହ୍ନ ଧୂପ ପରେ ଅନୁଷ୍ଠିତ ହୋଇ ସନ୍ଧ୍ୟାଧୂପ ସରିବା ଯାଏଁ ରହିଥାଏ ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!