ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା: ଆଜି ଏହି ଜିଲ୍ଲାରେ ସବୁ ସ୍କୁଲ୍‌ ଛୁଟି ଘୋଷଣା

ଭୁବନେଶ୍ୱର, ୧୪।୯:  ବଙ୍ଗୋପସାଗରର କେନ୍ଦ୍ରୀୟ ଅଞ୍ଚଳରେ ଗତକାଲି (ମଙ୍ଗଳବାର) ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତର ବଙ୍ଗୋପସାଗରର କେନ୍ଦ୍ରୀୟ ଅଂଶରେ ଆଜି ସକାଳେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ବର୍ତ୍ତମାନ ଉତ୍ତର-ପଶ୍ଚିମ ଏବଂ ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ରହିଛି ଏବଂ ସମୁଦ୍ର ପତ୍ତନଠାରୁ ୭.୬ କିଲୋମିଟର ଉଚ୍ଚତା ସହିତ ଦକ୍ଷିଣ-ପଶ୍ଚିମ ଦିଗକୁ ଗତି କରୁଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଅଧିକ ଚିହ୍ନିତ ହୋଇ ଆସନ୍ତା ୩ ଦିନ ମଧ୍ୟରେ ଦକ୍ଷିଣ ଓଡ଼ିଶା ଓ ଦକ୍ଷିଣ ଛତିଶଗଡ଼ ଦେଇ ଗତି କରିବାର ସମ୍ଭାବନା ରହିଛି ବୋଲି ଆଜି ଅପରାହ୍ନରେ ଜାରି ସତର୍କ ସୂଚନାରେ କହିଛି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର। ଫଳରେ ଆସନ୍ତା ୪ ଦିନ ମଧ୍ୟରେ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ, ଅର୍ଥାତ୍‌ ୧୪ ସେପ୍ଟେମ୍ବର, ଗୁରୁବାର ଅପରାହ୍ନ ମଧ୍ୟରେ ୫ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷର (୨୦ ସେମିରୁ ଅଧିକ), ୮ ଜିଲ୍ଲାରେ ଅତି ପ୍ରବଳ ବର୍ଷା (୭ରୁ ୨୦ ସେମି) ଓ ୧୨ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।କନ୍ଧମାଳ, କଳାହାଣ୍ଡି, ବୌଦ୍ଧ, ସୋନପୁର ଓ ବଲାଙ୍ଗୀର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା (୨୦ ସେମିରୁ ଅଧିକ) ହେବାର ସମ୍ଭାବନା ରହିଛି। ସେଥିପାଇଁ ଏହି ଜିଲ୍ଲାଗୁଡ଼ିକୁ ଲାଲ୍‌ ଚେତାବନୀ ବା ରେଡ୍‌ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।  ଆଗାମୀ ୨ ଦିନ ଯାଏ ଓଡିଶା ଏବଂ ଛତିଶଗଡ ମଧ୍ୟ ଦେଇ ଗତି କରିବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟରେ ଅଧିକାଂଶ ସ୍ଥାନରେ ତୁହାକୁ ତୁହା ବର୍ଷା ଜାରି ରହିଛି। ସେପଟେ ପ୍ରବଳ ବର୍ଷା ଯୋଗୁ ଆଜି ବଲାଙ୍ଗିରରେ ସବୁ ସ୍କୁଲ୍‌ ଛୁଟି ଘୋଷଣା କରାଯାଇଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!