ଆଜି କ୍ୟାବିନେଟ୍‌

ଭୁବନେଶ୍ୱର,୧୫ା୯:ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନଠାରେ ଶୁକ୍ରବାର ସନ୍ଧ୍ୟା ୬ଟାରେ ରାଜ୍ୟ କ୍ୟାବିନେଟ୍‌ର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବ। ଏହାପରେ ମନ୍ତ୍ରୀ ପରିଷଦ ବୈଠକ ଅନୁଷ୍ଠିତ ହେବ।    ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ବୈଠକରେ ଅଧ୍ୟକ୍ଷତା କରିବେ । ମନ୍ତ୍ରୀ ପରିଷଦ ବୈଠକରେ ଅତିରିକ୍ତ ବଜେଟକୁ ଅନୁମୋଦନ ମିଳିବାର ସମ୍ଭାବନା ରହିଛି । ସେହିପରି କ୍ୟାବିନେଟ୍ ବୈଠକରେ ୧୦ରୁ ଅଧିକ ପ୍ରସ୍ତାବ ଉପରେ ମୋହର ବାଜିପାରେ ।ଆସନ୍ତା ୨୨ ତାରିଖରେ ବିଧାନସଭାର ସ୍ବଳ୍ପକାଳୀନ ମୌସୁମୀ ଅଧିବେଶନ ଅନୁଷ୍ଠିତ ହେବ। ଏଥିତ୍ରେ ପ୍ରାୟ ୨୫ ହଜାର କୋଟି ଟଙ୍କାର ଅତିରିକ୍ତ ବଜେଟ ଉପସ୍ଥାପନ ହେବ। ଅନ୍ୟପକ୍ଷରେ କ୍ୟାବିନେଟ୍‌ ବୈଠକରେ ବିଭିନ୍ନ ବିଭାଗର ପ୍ରାୟ ୧୨ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ଲାଗିବା ସମ୍ଭାବନା ରହିଛି। ତେବେ କ୍ୟାବିନେଟ୍‌ ଏଜେଣ୍ଡାଗୁଡ଼ିକୁ ସମ୍ପୂର୍ଣ୍ଣ ଗୁପ୍ତ ରଖାଯାଇଛି ଏହା ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନଟ ବୈଠକରେ ୧୯ଟି ପ୍ରସ୍ତାବ ଉପରେ ମୋହର ଲାଗିଥିଲା । ନୂଆ ଯୋଜନା ଭାବରେ ନୂତନ ଉନ୍ନତ ଅଭିଳାଷ ବା ‘ନୂଆ’ ଓଡ଼ିଶା ଯୋଜନା ଉପରେ କ୍ୟାବିନେଟ ମୋହର ବାଜିଥିଲା । ସେହିପରି ମାଣ୍ଡିଆର ପ୍ରଚାର ଓ ପ୍ରସାର ପାଇଁ ସ୍ବତନ୍ତ୍ର ଯୋଜନାକୁ ମଧ୍ୟ ମଞ୍ଜୁର ମିଳିଥିଲା । ଏହାସହିତ ମିଲେଟ ମିଶନକୁ ପ୍ରୋତ୍ସାହନ ପାଇଁ ସ୍ୱତନ୍ତ୍ର ପାଣ୍ଠିକୁ ମଞ୍ଜୁରୀ ପ୍ରଦାନ କରାଯାଇଥିଲା ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!