ବାଙ୍କୀରେ ପ୍ରବେଶ କଲା ମହାନଦୀର ବନ୍ୟାଜଳ,ବାହ୍ୟ ଜଗତରୁ ବିଚ୍ଛିନ୍ନ ୪ ପଞ୍ଚାୟତ

ଭୁବନେଶ୍ୱର, ୧୬ା୯: ଲଗାଣ ବର୍ଷା ଯୋଗୁ ମହାନଦୀ ଫୁଲୁଥିବା ବେଳେ ବନ୍ୟା ପାଣି କଟକ ଜିଲ୍ଲା ବାଙ୍କୀରେ ପ୍ରବେଶ  କରିଛି  ।ଫଳରେ ରତାଗଡ଼ ଜାତମୁଣ୍ଡିଆ ରାସ୍ତାର ହୁଳୁହୁଳା ପୋଲ ଉପରେ ୩ ଫୁଟର ବନ୍ୟାଜଳ ପ୍ରବାହିତ ହେଉଛି। ବାଙ୍କୀ ବ୍ଲକର ରତାଗଡ଼, ବାଉଁଶପୁଟ, ବନ୍ଦାଳ, ଓସ୍ତିଆ ଭଳି ୪ଟି ପଞ୍ଚାୟତ ବାହ୍ୟ ଜଗତରୁ ବିଛିନ୍ନ ହୋଇଯାଇଛି। ସେପଟେ ମୁଣ୍ଡଳୀରେ ୬ ଲକ୍ଷ ୩୦ ହଜାର କ୍ୟୁସେକ ବନ୍ୟାଜଳ ପ୍ରବାହିତ ହେଉଛି। ଉପରମୁଣ୍ଡ ହୀରାକୁଦରେ ଏବେ ୨୨ଟି ଗେଟ୍ ଦେଇ ଜଳ ନିଷ୍କାସନ ହେଉଛି । ସକାଳ ୬ଟା ସୁଦ୍ଧା ହୀରାକୁଦର ଜଳସ୍ତର ୬୨୭.୮୭ ଫୁଟ୍ ରହିଛି ।ମହାନଦୀର ବନ୍ୟାଜଳ ବର୍ତ୍ତମାନ ବାଙ୍କୀରେ   ପହଞ୍ଚିଛି। ନିକଟରେ ଲୋକେ ପ୍ରବଳ ବର୍ଷାର ସମ୍ମୁଖୀନ ହୋଇଥିବା ବେଳେ ଏବେ ପୁଣି ବନ୍ୟାରେ ପ୍ରଭାବିତ ହେବେ। ବନ୍ୟା ଜଳ ପ୍ରବେଶ ଫଳରେ ରତାଗଡ଼ ଜାତମୁଣ୍ଡିଆ ରାସ୍ତାର ହୁଳୁହୁଳା ପୋଲ ଉପରେ ୩ ଫୁଟର ବନ୍ୟାଜଳ ପ୍ରବାହିତ ହେଉଥିବା ଜଣାପଡିଛି। ଫଳରେ ବାଙ୍କୀର ୪ଟି ପଞ୍ଚାୟତ ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇଛି। ଏଥିରେ ରତାଗଡ଼, ବାଉଁଶପୁଟ, ବନ୍ଦାଳ ଓ ଓସ୍ତିଆ ଭଳି ପ୍ରମୁଖ ପଞ୍ଚାୟତ ରହିଛି।ମୁଣ୍ଡଳୀରେ ୬ ଲକ୍ଷ ୩୦ ହଜାର କ୍ୟୁସେକ ବନ୍ୟାଜଳ ପ୍ରବାହିତ ହେଉଛି । ଉପରମୁଣ୍ଡ ହୀରାକୁଦରେ ଏବେ ୨୨ଟି ଗେଟ୍ ଦେଇ ଜଳ ନିଷ୍କାସନ ହେଉଛି । ସକାଳ ୬ଟା ସୁଦ୍ଧା ହୀରାକୁଦର ଜଳସ୍ତର ୬୨୭.୮୭ ଫୁଟ୍ ରହିଛି ।ଅନ୍ୟପଟେ ଆସନ୍ତା ୧୮ ତାରିଖରୁ ରାଜ୍ୟରେ ପୁଣି ବର୍ଷା ବଢିବ। ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ଯୋଗୁଁ ୧୮ ଓ ୧୯ ତାରିଖ ପାଇଁ ବିଭିନ୍ନ ଜିଲ୍ଲାକୁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ଆଲର୍ଟ ଜାରି କରାଯାଇଛି। ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ଆସନ୍ତା ୨ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବିଶେଷ ବର୍ଷାର ସମ୍ଭାବନା ନାହିଁ। ଗତକାଲି ଓଡ଼ିଶା ଉପରେ ରହିଥିବା ଲଘୁଚାପ ଓଡ଼ିଶାଠାରୁ ଦୂରରେ ରହି ବର୍ତ୍ତମାନ ମଧ୍ୟପ୍ରଦେଶ ଉପରେ ସକ୍ରିୟ ରହିଛି। ଏବେ ଏହା ସଦୃଶ ଲଘୁଚାପ ଅବସ୍ଥାରେ ଥିବା ଯୋଗୁଁ ମଧ୍ୟପ୍ରଦେଶ ଓ ପଡ଼ୋଶୀ ଛତିଶଗଡ଼ରେ ବର୍ଷା ହେଉଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!