ଭୁବନେଶ୍ୱର,୧୭।୯: ଆନ୍ତର୍ଜାତୀୟ ଲେଖିକା ତଥା ଡକ୍ୟୁମେଣ୍ଟାରୀ ଫିଲ୍ମ ପ୍ରଯୋଜିକା ଗୀତା ମେହେଟ୍ଟାଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୦ ବର୍ଷ ହୋଇଥିଲା। ନୂଆଦିଲ୍ଲୀସ୍ଥିତ ବାସଭବନରେ ଆଜି ସନ୍ଧ୍ୟାରେ ସେ ଶେଷନିଶ୍ୱାସ ତ୍ୟାଗ କରିଛନ୍ତି। ଗୀତା ମେହେଟ୍ଟା ହେଉଛନ୍ତି ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବଡ଼ଭଉଣୀ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ କନ୍ୟା। ଦୀର୍ଘଦିନ ଧରି ସେ ଅସୁସ୍ଥ ଥିଲେ।ପ୍ରବାଦ ପୁରୁଷ, ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଏକମାତ୍ର କନ୍ୟା ତଥା ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବଡ଼ ଭଉଣୀ ଗୀତା ମେହଟ୍ଟାଙ୍କର ଶନିବାର ରାତିରେ ନୂଆଦିଲ୍ଲୀସ୍ଥିତ ବାସଭବନରେ ପରଲୋକ ଘଟିଛି । ଏହି ଦୁଃଖ ଖବର ପାଇବା ପରେ ଭଉଣୀଙ୍କ ଶେଷ ଦର୍ଶନ ପାଇଁ ଦିଲ୍ଲୀ ଯିବେ ସାନ ଭାଇ ନବୀନ ପଟ୍ଟନାୟକ। ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ସ୍ୱତନ୍ତ୍ର ବିମାନରେ ଦିଲ୍ଲୀ ଯିବା ନେଇ ସୂଚନା ରହିଛି ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |