ପୁରୀ,୧୮ା୯: ପୁରୀ-କୋଣାର୍କ ଡିଫେନ୍ସ ରୋଡ଼ରେ ମୋ ବସ ସହ କାର ଧକ୍କା, ଜଣେ ମୃତ। ଦୁର୍ଘଟଣାରେ କାର ଡ୍ରାଇଭରଙ୍କ ମୃତ୍ୟୁ ହୋଇଛି। ଏହା ସହ ଦୁର୍ଘଟଣାରେ ୪ ଜଣ ଗୁରୁତର ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୨ ଜଣଙ୍କୁ କଟକ ସ୍ଥାନାନ୍ତର କରାଯାଇଛି । ଦୁର୍ଘଟଣା ପରେ କାରକୁ ଧକ୍କା ଦେଇ ଏକ ଗଛକୁ ଦେଲାଥିଲା ମୋ ବସ୍।କୋଣାର୍କ ବାଲିଘାଇ ନିକଟରେ ଆଜି ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । କାର ସହ ମୋ’ ବସ୍ ଧକ୍କା ହେବାରୁ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫ଜଣ ଗୁରୁତର ହୋଇଛନ୍ତି । କାର୍ରେ ବସିଥିବା ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟମାନଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ମୃତକଙ୍କ ପରିଚୟ ମିଳି ପାରିନି। ଗୁରୁତରଙ୍କ ମଧ୍ୟରେ ବସ୍ ଡ୍ରାଇଭର ବି ଅଛନ୍ତି। ସୂଚନା ଅନୁଯାୟୀ, ଆଜି ସକାଳେ ଏକ ମୋ ବସ୍ ପୁରୀରୁ କୋଣାର୍କ ଯାଉଥିଲା। ବସ୍ରେ ସମୁଦାୟ ୭ ଜଣ ଥିଲେ। ଉକ୍ତ ସମୟରେ ଚନ୍ଦ୍ରଭାଗାରୁ ପୁରୀ ଅଭିମୁଖେ ଏକ କାର୍ ଆସୁଥିବା ବେଳେ ସେଥିରେ ୫ ଜଣ ଥିଲେ। ଡିଫେନ୍ସ ରୋଡରେ ଉଭୟ ଗାଡ଼ି ମୁହାଁମୁହିଁ ପିଟି ହୋଇଥିଲେ।ଏହାପରେ ବସ୍ଟି ଭାରସାମ୍ୟ ହରାଇ ଏକ ଗଛରେ ପିଟି ହୋଇ ଯାଇଥିଲା। ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ, ଉଭୟ ଗାଡ଼ିର ସମ୍ମୁଖ ପଟ ସମ୍ପୂର୍ଣ୍ଣ ଚୂରମାର ହୋଇ ଯାଇଛି। ଏହି ଦୁର୍ଘଟଣାରେ କାର୍ର ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ବସ୍ ଡ୍ରାଇଭରଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |