ଭୁବନେଶ୍ୱର, ୧୯।୯: ଆଜି ଗଣେଶ ପୂଜା । ଭାଦ୍ରବ ଶୁକ୍ଳ ଚତୁର୍ଥୀ ଦିନ ବିଦ୍ୟାର ଦେବତା, ଆଦିଦେବ ଗଣେଶଙ୍କର ପୂଜା କରାଯାଏ। ବିଶେଷକରି ପ୍ରତ୍ୟେକ ଶିକ୍ଷାନୁଷ୍ଠାନରେ ଏହି ପୂଜା କରାଯାଇଥାଏ।ଏ ନେଇ ଗାଁଠୁ ସହରର ସବୁଠି ଚଳଚଞ୍ଚଳ । ସୁଉଚ୍ଚ ତୋରଣ ସାଙ୍ଗକୁ ଆଖି ଝଲସା ମେଢ଼ ସାଜସଜ୍ଜା ଦେଖିବାକୁ ମିଳିଛି। ମେଢବୁଲିବାକୁ ଲୋକଙ୍କ ଭିଡ଼ ଖେିବାକୁ ମିଳୁଛି। ତାସହ ସ୍ଥାନେସ୍ଥାନେ ମୀନାବଜାର ବେଶ ଆକର୍ସିତ କରୁଛି। ସୁଉଚ୍ଚ ତୋରଣ ସାଙ୍ଗକୁ ସୁନ୍ଦର ଆଲୋକ ସଜ୍ଜାରେ ଝଟକୁଛି ବିଭିନ୍ନ ସହର। ଭୁବନେଶରର ବିଭିନ୍ନ ପୂଜା ମଣ୍ଡପରେ ଧୁମଧାମରେ ପାଳନ କରାଯାଉଛି। ବିଭିନ୍ନ ଶିକ୍ଷାନୁଷ୍ଠାନଗୁଡ଼ିକ ଚଳଚଞ୍ଚଳ ହୋଇଉଠିଛି । ବିଭିନ୍ନ ଶିକ୍ଷାନୁଷ୍ଠାନ ସହ ପୂଜା ମଣ୍ଡପ ଗୁଡିକୁ ଏଥିପାଇଁ ଆକର୍ଷଣୀୟ ଢଙ୍ଗରେ ସଜାଯାଇଛି। ଗଣେଶ ପୂଜାକୁ ନେଇ ଉତ୍ସବମୁଖର ପରିବେଶ । ଅନୁଗୁଳର ତାଳଚେର,ଭୁବନେଶ୍ୱର,କଟକ, ରାଉରକେଲା ସମେତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବଡ଼ ବଡ଼ ମେଢ଼ ଓ ତୋରଣ ନିର୍ମାଣ ହୋଇଛି ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |