ଭୁବନେଶ୍ୱର,୧୯।୯: ତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ୪୮ ଘଣ୍ଟା ମଧ୍ୟରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ରାଜ୍ୟର ଅନେକ ସ୍ଥାନରେ ବର୍ଷା ହେବ । ଆଜି ଗଣପତି ବାପା ବର୍ଷାରେ ଭିଜିବେ । ଗଣେଶ ପୂଜାରେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ଢେଙ୍କାନାଳ, ଅନୁଗୁଳ, ବୌଦ୍ଧ, ସମ୍ବଲପୁର, ସୋନପୁର, କନ୍ଧମାଳ, କେନ୍ଦ୍ରାପଡ଼ା, ସୁନ୍ଦରଗଡ଼ ଓ ଦେବଗଡ଼ ଆଦି ଜିଲ୍ଲରେ ପ୍ରବଳ ବର୍ଷା ହେବର ସମ୍ଭାବନା ଅଛି ବୋଲି ପାଣିପାଗ ବିଜ୍ଞାନ ପକ୍ଷରୁ ସୂଚନା ମିଳିଛି ।ତୁହାକୁ ତୁହା ବର୍ଷାରେ ଭିଜୁଛି ଓଡ଼ିଶା । ଘୂର୍ଣ୍ଣିବଳୟ ପ୍ରଭାବରେ ବର୍ଷା ଜାରି ରହିଛି । ଓଡ଼ିଶାର ଅଧିକାଂଶ ଜିଲାରେ ହାଲୁକାରୁ ମଧ୍ୟମଧରଣର ବର୍ଷା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି ମଙ୍ଗଳବାର ୧୯ ଜିଲାକୁ ସତର୍କତା ଜାରି କରାଯାଇଛି ।ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ଅନୁଗୋଳ, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ, ରାୟଗଡା, କୋରାପୁଟ, ନବରଙ୍ଗପୁର ଏବଂ ମାଲକାନଗିରିରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ୟେଲୋ ଆଲର୍ଟ ଜାରି କରାଯାଇଛି ।ସେହିପରି ୨୦ ତାରିଖରେ ୨୨ଟି ଜିଲା ଏବଂ ୨୧ ତାରିଖରେ ୧୨ଟି ଜିଲାକୁ ସତର୍କତା ଜାରି କରାଯାଇଛି
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |