ସୃଷ୍ଟି ହେଲା ଲଘୁଚାପ, ୨ଦିନ ପ୍ରବଳ ବର୍ଷା

ଭୁବନେଶ୍ୱର,୨୦ା୯:ବଙ୍ଗୋପସାଗର ସୃଷ୍ଟି ହୋଇଛି ଲଘୁଚାପ। ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ଆହୁରି ୨ଦିନ ପର୍ଯ୍ୟନ୍ତ ବିସ୍ତୃତ ବର୍ଷା ସମ୍ଭାବନା ରହିଛି। ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବା ବେଳେ ଆସନ୍ତାକାଲି ଯାଏଁ ଏହା ଉତ୍ତର ଓଡ଼ିଶା ଦେଇ ଗତି କରିବା ସମ୍ଭାବନା ରହିଛି। ଉତ୍ତର ଓଡ଼ିଶା ଦେଇ ଉତ୍ତର-ପଶ୍ଚିମ ଦିଗରେ ଗତି ସମ୍ଭାବନା ଥିବା ସୂଚନା ଦେଇଛି ପାଣିପାଗ ବିଭାଗ।ଏହି ଲଘୁଚାପ ଆଗାମୀ ୨ ଦିନ ପର୍ଯ୍ୟନ୍ତ ଉତ୍ତର ଓଡ଼ିଶା-ଦକ୍ଷିଣ ଝାରଖଣ୍ଡ ମଧ୍ୟ ଦେଇ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରିବାର ସମ୍ବାବନା ରହିଥିବାରୁ ଦୁଇ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା ରହିଛି । ଏହି ଲଘୁଚାପ ପ୍ରଭାବରେ ଗତକାଲି ଅପରାହ୍ନ ସମୟରୁ ରାଜଧାନୀରେ ମଧ୍ୟ ବର୍ଷା ଜାରି ରହିଛି । ସେହିପରି କଟକରେ ମଧ୍ୟ ବର୍ଷା ଦେଖିବାକୁ ମିଳିଛି ।ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ ଅନୁସାରେ, ୨୦ ତାରିଖ ଅର୍ଥାତ ବୁଧବାର ଦିନ କଳାହାଣ୍ଡି, କନ୍ଧମାଳ, ସୋନପୁର, ବଲାଙ୍ଗିର, ବୌଦ୍ଧ, ସମ୍ବଲପୁର, ଅନୁଗୁଳ, ବରଗଡ଼ ଓ ଝାରସୁଗୁଡ଼ା ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଆକଳନ କରାଯାଇଛି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!