ପୋଲିସ ଏନକାଉଣ୍ଟରରେ ଦୁଇ ହାଡ୍ କୋର ମାଓବାଦୀ ନିହତ

ମାଲକାନଗିରି,୨୦ା୯:ଛତିଶଗଡ଼ ଦନ୍ତେୱାଡ଼ା ଜଙ୍ଗଲରେ ପୋଲିସ-ମାଓବାଦୀ ମଧ୍ୟରେ ଗୁଳିବିନିମୟ ହୋଇଛି। ପୋଲିସର ଏନକାଉଣ୍ଟରରେ ଦୁଇ ହାଡ୍ କୋର ମାଓବାଦୀଙ୍କ ନିହତ ହୋଇଛି।ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ଦନ୍ତେୱାଡ଼ାର ନାହାଡି ଜଙ୍ଗଲରେ ପୁଲିସ ଓ ନକ୍ସଲ ମଧ୍ୟରେ ଗୁଳିବିନିମୟରେ ୨ ଜଣ ହାର୍ଡକୋର ନକ୍ସଲ ନିହତ ହୋଇଛନ୍ତି। ନକ୍ସଲ କ୍ୟାମ୍ପରୁ ଦୁଇଟି ବନ୍ଧୁକ ସହ ବିପୁଳ ପରିମାଣର ବିସ୍ଫୋରକ ସାମଗ୍ରୀ ଜବତ କରିଛି ପୁଲିସ। ଆଜି ସକାଳେ ନାହାଡି ଜଙ୍ଗଲରେ ନକ୍ସଲମାନେ କ୍ୟାମ୍ପ କରି ରହିଥିବା ପୁଲିସ କୌଣସି ସୂତ୍ରରୁ ଖବର ପାଇଥିଲା। ପରେ ସେହି ଅଞ୍ଚଳରେ କୁମ୍ବିଂ ଅପରେସନ କରିଥିଲେ। ଏହି ସମୟରେ ନକ୍ସଲ ଓ ପୁଲିସ ମୁହାଁମୁହିଁ ହୋଇଥିଲେ। ଉଭୟଙ୍କ ମଧ୍ୟରେ କିଛି ସମୟ ଗୁଳିବିନିମୟ ଜାରି ରହିଥିଲା। ପରେ ପୁଲିସ ଗୁଳିରେ ୨ ଜଣ ନକ୍ସଲ ନିହତ ହୋଇଥିଲେ। ଅନ୍ୟ ନକ୍ସଲମାନେ ଛତ୍ରଭଙ୍ଗ ଦେଇ ଘଟଣାସ୍ଥଳରୁ ଚମ୍ପଟ ମାରିଥିଲେ। ଏବେ ବି ପୁଲିସ ପୁଲିସ ସେହି ଅଞ୍ଚଳରେ କୁମ୍ବିଂ ଅପରେସନ ଜାରି ରଖିଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!