୪୪ ଲକ୍ଷରୁ ଅଧିକ ଚାଷୀଙ୍କୁ ଆଜି କାଳିଆ ସହାୟତା ରାଶି ବାଣ୍ଟିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୦।୯: ରାଜ୍ୟ ସରକାର ଆଜି ୪୪ ଲକ୍ଷରୁ ଊଦ୍ଧ୍ୱର୍ କ୍ଷୁଦ୍ର, ନାମମାତ୍ର ଚାଷୀ ଓ ଭୂମିହୀନ କୃଷକ ପରିବାରକୁ କାଳିଆ ସହାୟତା ପ୍ରଦାନ କରିବେ । ଏହି ଚାଷୀମାନଙ୍କ ଆକାଉଣ୍ଟକୁ ପ୍ରତ୍ୟକ୍ଷ ସୁବିଧା ହସ୍ତାନ୍ତର ଡିବିଟି ମାଧ୍ୟମରେ ୯ଶହ କୋଟି ଟଙ୍କାର ସହାୟତା ରାଶି ହସ୍ତାନ୍ତର କରାଯିବ । ନୂଆଖାଇ ଉପଲକ୍ଷେ ଚାଷୀମାନଙ୍କୁ ୨୦୨୩-୨୪ ଆର୍ଥିକ ବର୍ଷର ରବିଫସଲ ସହାୟତା ବାବଦରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲୋକସେବା ଭବନରୁ ଆଭାସୀ ଜରିଆରେ ହିତାଧିକାରୀମାନଙ୍କୁ କାଳିଆ ସହାୟତା ବଣ୍ଟନ କରିବେ ।ରାଜ୍ୟ ସରକାର ୪୪ ଲକ୍ଷରୁ ଊର୍ଦ୍ଧ୍ୱ କ୍ଷୁଦ୍ର ଓ ନାମମାତ୍ର ଚାଷୀ ଏବଂ ଭୂମିହୀନ କୃଷକ ପରିବାରକୁ ବୁଧବାର କାଳିଆ ସହାୟତା ପ୍ରଦାନ କରିବେ। ଏହି ଚାଷୀମାନଙ୍କ ଆକାଉଣ୍ଟକୁ ଡିବିଟି ମାଧ୍ୟମରେ ୯୦୦ କୋଟି ଟଙ୍କାର ସହାୟତା ରାଶି ହସ୍ତାନ୍ତର କରାଯିବ। ନୂଆଖାଇ ଉପଲକ୍ଷେ ରାଜ୍ୟର ଚାଷୀମାନଙ୍କୁ ୨୦୨୩-୨୪ ଆର୍ଥିକ ବର୍ଷର ରବି ଫସଲ ସହାୟତା ବାବଦରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ସହାୟତା ରାଶି ପ୍ରଦାନ କରିବେ।କୃଷି ବିଭାଗର ସୂଚନା ଅନୁସାରେ, ଚଳିତ ଖରିଫ ଫସଲ ପାଇଁ ୪୩ଲକ୍ଷ ୮୮ହଜାର ୨୩୮ଜଣ କ୍ଷୁଦ୍ର ଓ ନାମମାତ୍ର ଚାଷୀ କାଳିଆ ଯୋଜନା ସହାୟତା ରାଶି ପାଇବା ପାଇଁ ଯୋଗ୍ୟ ଥିବାବେଳେ ୬୮ହଜାର ୭୫୫ ଭୂମିହୀନ ଚାଷୀ ଏହି ସହାୟତା ରାଶି ପାଇବେ । ତେବେ ୨୦୧୮ ଡିସେମ୍ବର ମାସରେ ରାଜ୍ୟର ଚାଷୀମାନଙ୍କ କଲ୍ୟାଣ ନିମନ୍ତେ ମୁଖ୍ୟମନ୍ତ୍ରୀ ‘କାଳିଆ’ ଯୋଜନା ପ୍ରଚଳନ କରିଥିଲେ। ଏହି ଯୋଜନାରେ ପ୍ରତିବର୍ଷ ହିତାଧିକାରୀମାନଙ୍କୁ ଦୁଇଟି ପର୍ଯ୍ୟାୟରେ ୪ ହଜାର ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରାଯାଉଛି। ରାଜ୍ୟ ବଜେଟ୍‌‌ରେ ଏଥିପାଇଁ ସ୍ୱତନ୍ତ୍ର ବ୍ୟୟବରାଦ କରାଯାଇଛି। ରାଜ୍ୟର ୧୪ ଲକ୍ଷ ଭୂମିହୀନ କୃଷି ଶ୍ରମିକ ଓ ୫୩ ଲକ୍ଷ ଚାଷୀଙ୍କୁ ଆର୍ଥିକ ସହାୟତା ପ୍ରଦାନ ପାଇଁ ଯୋଜନା ହୋଇଛି। ଏହି ଅର୍ଥରାଶି ସିଧାସଳଖ ହିତାଧିକାରୀଙ୍କ ବ୍ୟାଙ୍କ ଖାତାରେ ଜମା କରାଯାଉଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!