ଆଜି ବାଚସ୍ପତି ପଦ ଲାଗି ନାମାଙ୍କନ ଭରିବେ ପ୍ରମିଳା ମଲ୍ଲିକ

ଭୁବନେଶ୍ୱର,୨୧।୯: ଓଡ଼ିଶା ବିଧାନସଭାର ବାଚସ୍ପତି ପଦ ପାଇଁ ଆଜି ନାମାଙ୍କନ ଭରିବେ ବିଜେଡି ବିଧାୟିକା ପ୍ରମିଳା ମଲ୍ଲିକ। ରାଜସ୍ୱ ମନ୍ତ୍ରୀ ପ୍ରମିଳା ମଲ୍ଲିକଙ୍କୁ ଗତକାଲି ବିଜେଡି ପ୍ରାର୍ଥୀ ଘୋଷଣା କରିଥିଲା।ଆସନ୍ତାକାଲି ସକାଳ ସାଢ଼େ ୯ଟାରେ ବାଚସ୍ପତି ନିର୍ବାଚନ ହେବ। ବିକ୍ରମ କେଶରୀ ଆରୁଖଙ୍କୁ ମନ୍ତ୍ରୀ କରାଯିବା ପରେ ଦୀର୍ଘ ଦିନ ଧରି ଖାଲି ପଡ଼ିଥିଲା ବିଧାନସଭାର ବାଚସ୍ପତି ପଦ। ବିଜେଡିର ପଞ୍ଚମ ପାଳି ସରକାରରେ ରାଜସ୍ୱ ମନ୍ତ୍ରୀ ଥିବା ପ୍ରମିଳା ମଲ୍ଲିକ ୬ ଥର ବିଧାୟିକା ହୋଇଛନ୍ତି।ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ତଥା ବିଜେଡିର ବରିଷ୍ଠ ନେତ୍ରୀ ପ୍ରମିଳା ମଲ୍ଲିକ ଗୁରୁବାର ମନ୍ତ୍ରୀ ପଦରୁ ଇସ୍ତାଫା ଦେଇଛନ୍ତି। ବିଜେଡି ପକ୍ଷରୁ ବୁଧବାର ବାଚସ୍ପତି ପ୍ରାର୍ଥୀ ଭାବେ ତାଙ୍କ ନାମ ଘୋଷଣା କରାଯାଇଛି। ନାମାଙ୍କନପତ୍ର ଦାଖଲ ପୂର୍ବରୁ ସେ ମନ୍ତ୍ରୀ ପଦବୀରୁ ଇସ୍ତଫା ଦେଇଛନ୍ତି। ବିଧାନସଭାରେ ଅନ୍ୟ କୌଣସି ଦଳ ବାଚସ୍ପତି ପଦବୀ ପାଇଁ ପ୍ରାର୍ଥୀ ଦେଉ ନ ଥିବାରୁ ଏବଂ ବିଜେଡି ସଂଖ୍ୟାଗରିଷ୍ଠ ଥିବାରୁ ପ୍ରମିଳା ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେବା ସମ୍ଭାବନା ରହିଛି। ଏଥିସହ ସେ ଓଡ଼ିଶା ବିଧାନସଭାର ପ୍ରଥମ ମହିଳା ବାଚସ୍ପତି ହେବାର ଗୌରବ ମଧ୍ୟ ଲାଭ କରିବେ। ପାର୍ଲାମେଣ୍ଟରେ ମହିଳା ସଂରକ୍ଷଣ ବିଲ୍‌ ପାରିତ ହୋଇଥିବା ବେଳେ ବିଜେଡି ପ୍ରଥମ ଥର ପାଇଁ ମହିଳା ବାଚସ୍ପତି ପ୍ରାର୍ଥୀ ଘୋଷଣା କରି ମାଷ୍ଟରଷ୍ଟ୍ରୋକ୍‌ ମାରିଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!