ଭୁବନେଶ୍ବର,୨୧।୯: ବିଜେଡିରୁ ବହିଷ୍କୃତ ହୋଇଛନ୍ତି ଖଣ୍ଡପଡ଼ା ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ। ଏଥିସହିତ ରେମୁଣା ବିଧାୟକ ସୁଧାଂଶୁ ଶେଖର ପରିଡ଼ାଙ୍କୁ ମଧ୍ୟ ଦଳରୁ ବିଦା କରାଯାଇଛି। ଏନେଇ ନିଜେ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ଭିନ୍ନ ଆଳ ଦେଖାଇ ମୁଖ୍ୟମନ୍ତ୍ରୀଙ୍କ ଜରିଆରେ ଗ୍ରହଣ କରିଲେ କାର୍ଯ୍ୟାନୁଷ୍ଠାନ। ବିଜେଡି ପକ୍ଷରୁ ଏକ ପ୍ରେସ୍ ରିଲିଜ୍ ମଧ୍ୟ ଜାରି କରାଯାଇଛି।ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭିକେ ପାଣ୍ଡିଆନଙ୍କୁ ନିଜ ଖବରକାଗଜର ସମ୍ପାଦକୀୟରେ ସମାଲୋଚନା କରିବା ବରିଷ୍ଠ ନେତା ତଥା ଖଣ୍ଡପଡ଼ା ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକଙ୍କୁ ମହଙ୍ଗା ପଡ଼ିଛି । ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ତାଙ୍କୁ ଦଳରୁ ବହିଷ୍କାର କରିଛନ୍ତି । ସୌମ୍ୟଙ୍କ ଖବରକାଗଜରେ ଲୋନ୍ ସ୍କାମ୍ ନେଇ ସୌମ୍ୟଙ୍କୁ ବହିଷ୍କାର କରାଯାଇଥିବା କୁହାଯାଇଛି । ପ୍ରେସ୍ ରିଲିଜ୍ରେ କୁହାଯାଇଛି ଯେ ଲୋନ୍ ସ୍କାମ୍ ନେଇ ଇଓଡବ୍ଲୁରେ ଅଭିଯୋଗ ହୋଇଛି । ଅନେକ ପୂର୍ବତନ କର୍ମଚାରୀ ଏନେଇ ଅଭିଯୋଗ କରିଛନ୍ତି । ୩ଶହରୁ ଅଧିକ କର୍ମଚାରୀଙ୍କ ନାଁରେ ଲୋନ୍ ଉଠାଯାଇଛି । ଜାଲ୍ ଡକ୍ୟୁମେଣ୍ଟ ଯୋଗେ କୋଟି କୋଟି ଟଙ୍କା ଉଠାଯାଇଛି । ଲୋନ୍ ଉଠାଇବା ପାଇଁ ଏହା ଏକ ସଂଗଠିତ ବ୍ୟାଙ୍କ୍ ଫ୍ରଡ୍ । ସୌମ୍ୟଙ୍କ ବିରୁଦ୍ଧରେ ସମ୍ବାଦର ୩୦୦ରୁ ଊର୍ଦ୍ଧ୍ୱ ପୂର୍ବତନ କର୍ମଚାରୀମାନେ ସଂଗଠିତ ବ୍ୟାଙ୍କ ଋଣ ସ୍କାମର ଅଭିଯୋଗ ଆଣିଛନ୍ତି ଓ ତାଙ୍କ ବିରୁଦ୍ଧରେ ଅର୍ଥନୀତିକ ଅପରାଧ ଶାଖାରେ ମାମଲା ରୁଜୁ କରାଯାଇଛି ବୋଲି ନବୀନ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି । ସେହିପରି ଚାଷୀଙ୍କ ୩କୋଟି ଟଙ୍କାର କୃଷି ଋଣ ସବସିଡିକୁ ହଡ଼ପ କରିଥିବା ଅଭିଯୋଗ ଯୋଗୁ ରେମୁଣା ବିଧାୟକ ସୁଧାଂଶୁ ଶେଖର ପରିଡ଼ାଙ୍କୁ ମଧ୍ୟ ବିଜେଡିରୁ ବହିଷ୍କାର କରାଯାଇଛି । ବିଜେଡି ପୂର୍ବରୁ ନିଜର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ଦଳରୁ ବହିଷ୍କାର କରିଥିବାବେଳେ ପ୍ରଶାନ୍ତ ଜଗଦେବଙ୍କୁ ନିଲମ୍ବିତ କରିଛି ।ନବୀନ ନିବାସରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଆଜି ଦଳବିରୋଧୀ କାର୍ଯ୍ୟ ଯୋଗୁ ୨ଜଣ ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ ଓ ସୁଧାଂଶୁ ଶେଖର ପରିଡ଼ାଙ୍କୁ ବିଜେଡିରୁ ବହିଷ୍କାର କରାଗଲା ବୋଲି ସୂଚନା ଦେଇଛନ୍ତି । ନବୀନ କହିଛନ୍ତି ଯେ, ସମ୍ବାଦ ଖବରକାଗଜର ପୂର୍ବତନ କର୍ମଚାରୀଙ୍କ ଅଭିଯୋଗ ଆଧାରରେ ଅର୍ଥନୀତିକ ଅପରାଧ ଶାଖାରେ ସୌମ୍ୟଙ୍କ ବିରୁଦ୍ଧରେ ଆଇପିସିର ଧାରା ୫୦୬,୪୬୭,୪୬୮,୪୭୧,୪୨୦ ଓ ୧୨୦-ଖରେ ମାମଲା ରୁଜୁ ହୋଇଛି । ପରେ ସମ୍ବାଦର ବହୁ ପୁରୁଣା କର୍ମଚାରୀମାନେ ମଧ୍ୟ ସମାନ ଅଭିଯୋଗ ଅର୍ଥନୀତିକ ଅପରାଧ ଶାଖାରେ କରିଛନ୍ତି । ୩୦୦ରୁ ଅଧିକ ପୂର୍ବତନ କର୍ମଚାରୀଙ୍କ ନାଁରେ ଜାଲ ଦସ୍ତାବିଜ ମାଧ୍ୟମରେ କୋଟି କୋଟି ଟଙ୍କା ଋଣ ଆଣିବା ପାଇଁ ଏହା ଏକ ସଂଗଠିତ ବ୍ୟାଙ୍କ ଜାଲିଆତିର ଗୁରୁତର ମାମଲା ବୋଲି ନବୀନ କହିଛନ୍ତି ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |