ଓଡ଼ିଶାର ପ୍ରଥମ ମହିଳା ବାଚସ୍ପତି ଭାବରେ ଦାୟିତ୍ୱ ନେଲେ ପ୍ରମିଳା ମଲ୍ଲିକ

ଭୁବନେଶ୍ୱର,,୨୨ା୯: ନିଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇ ବାଚସ୍ପତି ପଦରେ ଦାୟିତ୍ୱ ନେଇଛନ୍ତି ପ୍ରମିଳା ମଲ୍ଲିକ । ଅନ୍ୟ କୌଣସି ଦଳରୁ ବାଚସ୍ପତି ପଦ ପାଇଁ ପ୍ରାର୍ଥିପତ୍ର ଦାଖଲ ହୋଇ ନଥିବାରୁ ପୂର୍ବତନ ରାଜସ୍ୱ ମନ୍ତ୍ରୀ ତଥା ବିଧାୟିକା ପ୍ରମିଳା ମଲ୍ଲିକ ଓଡ଼ିଶାର ନୂଆ ବାଚସ୍ପତି ପଦରେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଏହାସହ ଓଡ଼ିଶା ବିଧାନସଭା ପାଇଛି ରାଜ୍ୟର ପ୍ରଥମ ମହିଳା ବାଚସ୍ପତି । ପ୍ରମିଳାଙ୍କ ପୂର୍ବରୁ ବାଚସ୍ପତି ପଦରେ କୌଣସି ମହିଳା ଦାୟିତ୍ୱ ଗ୍ରହଣ କରିନଥିଲେ ।ପ୍ରଥମ ମହିଳା ବାଚସ୍ପତି ଭାବେ ନିର୍ବାଚିତ ହେଲେ ବରିଷ୍ଠ ବିଧାୟିକା ପ୍ରମିଳା ମଲ୍ଲିକ। ନିର୍ଦ୍ବନ୍ଦ୍ବରେ ସେ ନିର୍ବାଚିତ ହୋଇଛନ୍ତି। ଏନେଇ ଗୃହରେ ଉପ ବାଚସ୍ପତି ବିଧିବଦ୍ଧ ଭାବେ ଘୋଷଣା କରିଥିଲେ। ତାପରେ ବାଚସ୍ପତି ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ପ୍ରମିଳା ମଲ୍ଲିକ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ବିରୋଧୀ ବିଜେପି ପକ୍ଷରୁ ମୁଖ୍ୟ ସଚେତକ ମୋହନ ମାଝି ଓ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ନୂତନ ବାଚସ୍ପତିଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି।v

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!