ଭୁବନେଶ୍ବର,୨୨।୯: ଅକ୍ଟୋବର ପ୍ରଥମ ସପ୍ତାହରେ ବଙ୍ଗୋପସାଗରରେ ଆଉ ଏକ ବାତ୍ୟା ସୃଷ୍ଟି ହେବାର ଆଶଙ୍କା ରହିଛି। ଏହା ଅକ୍ଟୋବରର ପ୍ରଥମ ସପ୍ତାହରେ ହେବ ବୋଲି ଆକଳନ କରାଯାଇଛି । ଏହି ବାତ୍ୟାଟି ଓଡ଼ିଶା ମୁହାଁ ହେବ ବୋଲି ପାଣିପାଗ ବିଭାଗରୁ ସୂଚନା ମିଳିଛି । ଆଇଏମଡିର ସୂଚନା ଅନୁଯାୟୀ, ପଶ୍ଚିମ ବାୟୁ ସହ ଥିବା ବିଷୁବରେଖା ନିକଟରେ ତରଙ୍ଗ ଥିବା ଯୋଗୁଁ ଏହି ମାସର ଶେଷ ଆଡକୁ ଆଣ୍ଡାମାନ ସାଗାର ଏବଂ ପାଶ୍ୱବର୍ତ୍ତୀ ପୂର୍ବ କେନ୍ଦ୍ରୟ ବଙ୍ଗୋପସାରରେ ପୁଣି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ । ଏହା ଅଳ୍ପ ଅଳ୍ପ ଘନୀଭୂତ ହୋଇ ଆସନ୍ତା ମାସ ଅର୍ଥାତ ଅକ୍ଟୋବର ୨-୩ ତାରିଖ ଆଡକୁ ଏହା ଏକ ସାମୁଦ୍ରିକ ଝଡ଼ର ରୂପ ନେବ । ଏହି ଘୂର୍ଣ୍ଣିବଳୟଟି ଓଡ଼ିଶା ମୁହାଁ ହେବାର ଅଧିକ ସମ୍ବାବନା ରହିଥିବାର ଜଣାପଡୁଛି ।ପଶ୍ଚିମା ବାୟୁ ସହ ଜଡ଼ିତ ବିଷୁବରେଖା ନିକଟସ୍ଥ ତରଙ୍ଗର ଉପସ୍ଥିତି ଯୋଗୁଁ ଚଳିତ ମାସ ଶେଷ ବେଳକୁ ଆଣ୍ଡାମାନ ସାଗର ଓ ପାର୍ଶ୍ୱବର୍ତ୍ତୀ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ଧୀରେ ଧୀରେ ଅଧିକ ଘନୀଭୂତ ହୋଇ ଅକ୍ଟୋବର ୨ରୁ ୩ ତାରିଖ ଆଡ଼କୁ ଏକ ସାମୁଦ୍ରିକ ଝଡ଼ ବା ବାତ୍ୟାର ରୂପ ନେଇପାରେ। ଏହା ଓଡ଼ିଶାମୁହାଁ ହେବାର ଅଧିକ ସମ୍ଭାବନା ରହିଥିବା ଆକଳନରୁ ଜଣାପଡ଼ୁଛି।ଏହି ବାତ୍ୟା ଆହୁରି ଘନୀଭୂତ ହୋଇ ଏକ ଅବପାତ କିମ୍ବା ‘ବାତ୍ୟା’ରେ ପରିଣତ ହେବାର ଅଳ୍ପ ସମ୍ଭାବନା ରହିଥିବାର ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |