ବିଧାନସଭାରେ ଉପସ୍ଥାପିତ ହେଲା ୨୮,୨୦୦ କୋଟିର ଅତିରିକ୍ତ ବଜେଟ୍

ଭୁବନେଶ୍ୱର,୨୨ା୯:ବିଧାନସଭାରେ ୨୦୨୩-୨୪ ପାଇଁ ଅତିରିକ୍ତ ବଜେଟ ଉପସ୍ଥାପନ କଲେ ଅର୍ଥମନ୍ତ୍ରୀ ବିକ୍ରମ ଆରୁଖ । ୨୮ ହଜାର ୨୦୦ କୋଟିର ଅତିରିକ୍ତ ବଜେଟ ଉପସ୍ଥାପନ କଲେ ମନ୍ତ୍ରୀ । ବଜେଟ୍‌ରେ ବିପର୍ଯ୍ୟୟ ପରିଚାଳନା ପାଇଁ ୪୬୯୮ କୋଟି ଟଙ୍କାର ବ୍ୟୟବରାଦ କରାଯାଇଥିବା ବେଳେ ପଞ୍ଚାୟତିରାଜ ବିଭାଗ ପାଇଁ ୪ ହଜାର ୮୩ କୋଟି ବ୍ୟୟବରାଦ କରାଯାଇଛି । ବିଧାନସଭାରେ ଚଳିତ ଆର୍ଥିକ ବର୍ଷ ପାଇଁ ଅତିରିକ୍ତ ବଜେଟ ଉପସ୍ଥାପନ କରିଛନ୍ତି ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ । ବିପର୍ଯ୍ୟୟ ପରିଚାଳନା ପାଇଁ ସର୍ବାଧିକ ୪୬୯୮ କୋଟି ଟଙ୍କାର ବ୍ୟୟ ବରାଦ କରାଯାଇଛି । ପଞ୍ଚାୟତି ରାଜ ବିଭାଗ ପାଇଁ ୪୦୯୩ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି । ଗଣଶିକ୍ଷା ପାଇଁ ୨୮୮୨ କୋଟି ଟଙ୍କାର ବ୍ୟୟ ବରାଦ କରାଯାଇଛି । ଆମ ଓଡ଼ିଶା ନବୀନ ଓଡ଼ିଶା ୧୩୦୨ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି । ମେଟ୍ରୋ ରେଳ ପ୍ରକଳ୍ପ ପାଇଁ ୨୧୦ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି ।  ଜଳସେଚନ ପାଇଁ ୨୪୦୭ କୋଟି ଟଙ୍କାର ବ୍ୟୟ ବରାଦ କରାଯାଇଛି । ଅନ୍ୟପକ୍ଷରେ ପରିବହନ ଯୋଜନା ଲକ୍ଷ୍ମୀ ପାଇଁ ୫୫୬ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି । ଏହି ଯୋଜନା ମାଧ୍ୟମରେ ପଞ୍ଚାୟତରୁ ରାଜଧାନୀକୁ ବସ ପରିବହନ କରାଯିବ ।ଅର୍ଥମନ୍ତ୍ରୀ ଶ୍ରୀ ଆରୁଖ କହିଛନ୍ତି ଯେ, ରାଜ୍ୟ ସରକାରଙ୍କ ଅଧୀନରେ ଚାଲୁ ରହିଥିବା ବିଭିନ୍ନ ପ୍ରକଳ୍ପଗୁଡ଼ିକୁ ସମ୍ପୂର୍ଣ୍ଣ ନିମନ୍ତେ ଅତିରିକ୍ତ ପାଣ୍ଠିର ଆବଶ୍ୟକତା ରହିଛି । ପ୍ରଚଳିତ କେନ୍ଦ୍ର ଯୋଜନା ଓ କେନ୍ଦ୍ର ପ୍ରବର୍ତ୍ତିତ ଯୋଜନା ପାଇଁ ଅତିରିକ୍ତ ବ୍ୟୟବରାଦ ହୋଇଛି । ଓଡ଼ିଶା ଆକସ୍ମିକ ପାଣ୍ଠିରୁ ନିଆଯାଇଥିବା ଅଗ୍ରୀମ ଅର୍ଥର ଭରଣା ମଧ୍ୟ ଅତିରିକ୍ତ ବଜେଟରେ କରାଯାଇଛି । ସାଧାରଣ ଲୋକଙ୍କ ଆଶା ଓ ଆକାଂକ୍ଷାକୁ ଆଖିଷର ରଖି ଉପଲବ୍ଧ ସମ୍ବଳର ପୁନଃବିନିଯୋଗ ତଥା ବିଭିନ୍ନ ସୂତ୍ରରୁ ସହବନ୍ଧିତ ସମ୍ବଳ ପ୍ରାପ୍ତି ମାଧ୍ୟମରେ ଅତିରିକ୍ତ ବଜେଟ୍ ପାଇଁ ବ୍ୟୟବରାଦ କରାଯାଇଛି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!