କଟକ,୨୨।୯ : ଅଲଗା ହେବେନି ଅନୁଭବ-ବର୍ଷା ! ଅଭିନେତା ତଥା ବିଜେଡି ସାଂସଦ ଅନୁଭବ ମହାନ୍ତିଙ୍କୁ ଲାଗିଛି ଅଦାଲତି ଝଟ୍କା। ଅନୁଭବଙ୍କ ବିବାହ ବିଚ୍ଛେଦ ଆବେଦନକୁ ଖାରଜ କରିଛନ୍ତି କଟକର ପରିବାର ଅଦାଲତ ବା ଫ୍ୟାମିଲି କୋର୍ଟ। ଏହା ସହିତ ତାଙ୍କ ପତ୍ନୀ ବର୍ଷା କରିଥିବା ଆବେଦନକୁ ମଧ୍ୟ ଖାରଜ କରିଛନ୍ତି କୋର୍ଟ। ସ୍ୱାମୀ-ସ୍ତ୍ରୀ ଭାବେ ରହିବା ପାଇଁ ବର୍ଷା କରିଥିବା ଆବେଦନକୁ କୋର୍ଟ ଖାରଜ କରି ଦେଇଛନ୍ତି।ଓଲିଉଡ ଅଭିନେତା ତଥା ବିଜେଡି ସାଂସଦ ଅନୁଭବ ମହାନ୍ତିଙ୍କୁ ଲାଗିଛି ଏକ ବଡ଼ ଝଟ୍କା। ଅନୁଭବଙ୍କ ବିବାହ ବିଚ୍ଛେଦ ଆବେଦନକୁ ଖାରଜ କରିଛନ୍ତି କଟକର ପରିବାର ଅଦାଲତ ବା ଫ୍ୟାମିଲି କୋର୍ଟ। ଏହା ସହିତ ତାଙ୍କ ପତ୍ନୀ ବର୍ଷା କରିଥିବା ଆବେଦନକୁ ମଧ୍ୟ ଖାରଜ କରିଛନ୍ତି କୋର୍ଟ। ସ୍ୱାମୀ-ସ୍ତ୍ରୀ ଭାବେ ରହିବା ପାଇଁ ବର୍ଷା କରିଥିବା ଆବେଦନକୁ କୋର୍ଟ ଖାରଜ କରି ଦେଇଛନ୍ତି।ଅନୁଭବ ବିବାହ ବିଚ୍ଛେଦ ଆବେଦନ ଖାରଜ ହୋଇଯାଇଥିବା ବେଳେ ତାଙ୍କ ଓକିଲ ଲଳିତେନ୍ଦୁ ମିଶ୍ର କହିଛନ୍ତି, ସବୁଠୁ ବଡ଼ କଥା ହେଉଛି ଆଜି ଏହି ମାମଲାର ଅନ୍ତ ହୋଇଛି। ମାମଲାଟି ଶେଷ ହେବାରେ ବହୁ ବିଳମ୍ବ ହେଉଥିଲା। ଏହାର ଆବେଦନକାରୀ ଥିଲେ ଅନୁଭବ ମହାନ୍ତି। ୨୦୨୦ ମସିହାରୁ ସେ ଏହି ମାମଲା ପଛରେ ଲାଗିଥିଲେ। ଶେଷରେ ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ମାମଲାଟି ଶେଷ ହୋଇଛି। ଆମେ ଯେଉଁ ବିବାହ ବିଚ୍ଛେଦ ଆବେଦନ କରିଥିଲୁ, ତାହା ଖାରଜ ହୋଇଯାଇଛି। ସେହିପରି ତାଙ୍କ (ବର୍ଷା ପ୍ରିୟଦର୍ଶିନୀ) ଆବେଦନ ମଧ୍ୟ ଖାରଜ ହୋଇଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |