ଆଜି ରାଧାଷ୍ଟମୀ,ଶ୍ରୀମନ୍ଦିରରେ ହେବ ସ୍ବତନ୍ତ୍ର ନୀତିକାନ୍ତି

ପୁରୀ,,୨୩।୯: ଆଜି ପବିତ୍ର ରାଧାଷ୍ଟମୀ । ଆଜି  ଭାଦ୍ରବ ମାସ ଶୁକ୍ଳପକ୍ଷ ଅଷ୍ଟମୀ ତିଥିରେ ପାଳିତ ହୋଇଥାଏ ଏହି ପର୍ବ। ଶ୍ରୀମନ୍ଦିରରେ ହେବ ସ୍ବତନ୍ତ୍ର ନୀତିକାନ୍ତି । ନଗର ପରିକ୍ରମା ସହ ଚାରିଆଶ୍ରମ ବିଜେ କରିବେ ଚକ୍ରରାଜ ସୁଦର୍ଶନ ।  ଅପରାହ୍ନରେ ସୁଦର୍ଶନ ମହାପ୍ରଭୁ ଶ୍ରୀମନ୍ଦିର ବେଢା ପରିକ୍ରମା କରିବା ପରେ ବାହାରକୁ ତାଙ୍କ ବିମାନ ବାହାରି ନଗର ପରିକ୍ରମା କରିବ । ଏହାପରେ ପନ୍ତି ଭୋଗ ଖାଇ ଗୌଡ଼ବାଡ଼ ସାହିରେ ଥିବା ଜମ୍ବେଶ୍ବର ମହାଦେବ ମନ୍ଦିରକୁ ବିଜେ କରିବେ ।   ରତ୍ନ ସିଂହାସନରେ ମଧ୍ୟାହ୍ନ ଧୂପ ଉଠିଲେ ଲକ୍ଷ୍ମୀଦେବୀଙ୍କୁ ସିଂହାସନରେ ବିଜେ କରାଯାଇଥାଏ। ମହାଜନ ସେବକମାନେ ଭୂଦେବୀ ଓ ଶ୍ରୀଦେବୀଙ୍କୁ ହସ୍ତରେ ନେଇ ଖଟରେ ବିଜେ କରାଇଥାନ୍ତି।ପୂଜାପଣ୍ଡା ସେବକ ଶ୍ରୀଅଙ୍ଗରୁ ଆଜ୍ଞାମାଳ ଶ୍ରୀସୁଦର୍ଶନ ଦେବଙ୍କୁ ପ୍ରଦାନ କରିବାପରେ ଦଇତାପତି ସେବକମାନେ ହସ୍ତରେ ବିଜେ କରାଇ ଆଣି ଜଗମୋହନରେ ଥିବା ଚଉଦୋଳରେ ଅଧିଷ୍ଠିତ କରାଇଥାନ୍ତି। ଏହାପରେ ବିମାନ ବଡୁମାନେ ଶ୍ରୀସୁଦର୍ଶନ ଦେବଙ୍କୁ ବିଜେ କରାଇ ଝୁଲଣ ମଣ୍ଡପ ତଳେ ରଖିଥାନ୍ତି।ସେଠାରେ ଶୀତଳ ଭୋଗ ଓ ପ୍ରସାଦ ଲାଗି ନିତି ଅନୁଷ୍ଠିତ ହେବ । ଜମ୍ବେଶ୍ବରଙ୍କ ପକ୍ଷରୁ ଜଣେ ପୂଜାପଣ୍ଡା ସାମନ୍ତ ଶ୍ରୀମନ୍ଦିରର ବାର୍ଷିକ ଆୟବ୍ୟୟ ହିସାବ ସୁଦର୍ଶନଙ୍କ ସମୁଖରେ ପଢି ନିତି ସମ୍ପର୍ଣ୍ନ କରିବେ । ସୁଦର୍ଶନ ମହାପ୍ରଭୁ ଜମ୍ବେଶ୍ୱରଙ୍କ ଠାରୁ ଆୟବ୍ୟୟ ହିସାବ ଆଣିବା ପରେ ସେଠାରୁ ଶ୍ରୀମନ୍ଦିର ପ୍ରତ୍ୟାବର୍ତ୍ତନ କରିବେ । ତେବେ ଗତକାଲି ରାତିରେ ଶ୍ରୀମନ୍ଦିରରେ ଅନୁଷ୍ଠିତ ହୋଇଥିଲା କେକେସି ରାକ୍ଷସ ବଧ ନୀତି ।ସେଠାରେ ସୁନା ହରିଡ଼ାମାଳି, କମରପଟି ଓ ଦୟଣାମାଳି ଚୂଳଲାଗି ହୋଇ ବଡ଼ଦେଉଳକୁ ବେଢ଼ାଏ ବୁଲି ସିଂହଦ୍ୱାର ବାଟେ ଗୌଡ଼ବାଡ଼ ସାହିସ୍ଥିତ ଶ୍ରୀଯମେଶ୍ୱର ମନ୍ଦିରସ୍ଥ ଜହ୍ନିମୁଣ୍ଡିଆ ଉପରେ ଚଉଦୋଳକୁ ବିଜେ କରାଇଥାନ୍ତି। ସେଠାରେ ପ୍ରସାଦ ଲାଗି, ଶୀତଳ ଭୋଗ ଓ ବନ୍ଦାପନା ନୀତିହୋଇଥାଏ। ଏହିଦିନ ଯମେଶ୍ୱର ମହାଦେବଙ୍କ ମନ୍ଦିର ଗମ୍ଭୀରାଠାରେ ସ୍ୱତନ୍ତ୍ର ନୀତି ପାଳିତ ହୋଇଥାଏ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!