ନୂଆଦିଲ୍ଲୀ,୨୩।୯: ଦେଶରେ ଏକକାଳୀନ ନିର୍ବାଚନ ହେବାର ସମ୍ଭାବନାକୁ ବିଚାର କରି ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଅଧ୍ୟକ୍ଷତାରେ ଶନିବାର ଏକ ବୈଠକ ଅନୁଷ୍ଠିତ ହେବ। ଦେଶରେ ଏକକ ନିର୍ବାଚନ ନେଇ ଆଜି ଦିଲ୍ଲୀରେ ବସିବ ବୈଠକ । ଏକକ ନିର୍ବାଚନ ନେଇ ଦେଶର ବର୍ତ୍ତମାନର ଆଇନକୁ ତର୍ଜମା କରିବା ସହ ବିଭିନ୍ନ ଦିଗ ଉପରେ ହେବ ଆଲୋଚନା । ‘ଏକ ଦେଶ, ଏକ ନିର୍ବାଚନ’ ପ୍ରସଙ୍ଗରେ ବିଚାରବିମର୍ଶ ପାଇଁ ଏକ କମିଟି ଗଠନ କରିଛନ୍ତି କେନ୍ଦ୍ର ସରକାର । ଆଜି ଏହି କମିଟିର ପ୍ରଥମ ବୈଠକ । ଏକସଙ୍ଗେ ଲୋକସଭା ଓ ସବୁ ରାଜ୍ୟର ବିଧାନସଭା ନିର୍ବାଚନ ନେଇ ଏହି ବୈଠକରେ ଆଲୋଚନା କରାଯିବ । ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଏହି କମିଟିର ଅଧ୍ୟକ୍ଷ ଅଛନ୍ତି । ଏହି କମିଟି ଏକକ ନିର୍ବାଚନ ଉପରେ ବିଶ୍ଳେଷଣ କରିବା ସହ ସରକାରଙ୍କୁ ପରାମର୍ଶ ଦେବ ।ଗୋଟିଏ ଥରରେ ଲୋକସଭା ଓ ସବୁ ରାଜ୍ୟର ବିଧାନସଭା ନିର୍ବାଚନ କରାଇବାକୁ ଚେଷ୍ଟା କରୁଛନ୍ତି କେନ୍ଦ୍ର ସରକାର। ଏହାକୁ କେମିତି କାର୍ଯ୍ୟକାରୀ କରାଯିବ, ସେ ଦିଗରେ ବିଚାର କରିବାକୁ ଏହି ବୈଠକରେ ହେବ ଆଲୋଚନା । ‘ଗୋଟିଏ ଦେଶ, ଗୋଟିଏ ନିର୍ବାଚନ’ ପାଇଁ କେନ୍ଦ୍ର ସରକାର ୮ ଜଣିଆ କମିଟି ଗଠନ କରିଛନ୍ତି। ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦ କମିଟିର ଅଧ୍ୟକ୍ଷ, ଗୃହ ମନ୍ତ୍ରୀ ଅମିତ ଶାହ, କଂଗ୍ରେସ ନେତା ଅଧୀର ଚୌଧୁରୀ, ଗୁଲାମନବୀ ଆଜାଦ, ଏନ୍ କେ ସିଂହ, ସୁଭାଷ କାଶ୍ୟପ, ହରିଶ ସାଲଭେ ଏବଂ ସଂଜୟ କୋଠାରୀ ସଦସ୍ୟ ରହିଛନ୍ତି।ସେହିପରି ଆଇନ ମନ୍ତ୍ରୀ ଅର୍ଜ୍ଜୁନରାମ ମେଘୱାଲ କମିଟିର ସ୍ୱତନ୍ତ୍ର ଆମନ୍ତ୍ରିତ ସଦସ୍ୟ, କେନ୍ଦ୍ର ଆଇନ ବ୍ୟାପାର ସଚିବ ନିତେନ ଚନ୍ଦ୍ର କମିଟିର ସଚିବ ନିଯୁକ୍ତ ହୋଇଛନ୍ତି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |