ଆଜି ୧0 ୫ ତମ `ମନ କି ବାତ୍‌’ କାର୍ଯ୍ୟକ୍ରମ , ଦେଶବାସୀଙ୍କ ସହ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୪।୯ :ଆଜି ଅନୁଷ୍ଠିତ ହେବ ୧0 ୫ ତମ `ମନ କି ବାତ୍‌’ କାର୍ଯ୍ୟକ୍ରମ । ପୂର୍ବାହ୍ନ  ୧୧ ଟାରେ ଭାବ ବିନିମୟ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।  ବିଭିନ୍ନ ପ୍ରସଙ୍ଗରେ ଦେଶବାସୀଙ୍କ ସହ ଆଲୋଚନା କରିବେ । ଏନେଇ ଦେଶର ବିଭିନ୍ନ ସ୍ଥାନରେ ବ୍ୟାପକ ଆୟୋଜନ କରାଯାଇଛି । ଏହା ପ୍ରଧାନମନ୍ତ୍ରୀଙ୍କ ମାସିକ ରେଡିଓ କାର୍ଯ୍ୟକ୍ରମର ୧0 ୫ ତମ ପର୍ଯ୍ୟାୟ ହେବ ।  ଆକାଶବାଣୀ ଏବଂ  ଦୂରଦର୍ଶନର ବିଭିନ୍ନ ନେଟୱାର୍କରେ ପ୍ରସାରିତ ହେବ ।  ପିଏମ୍‌ଓ  ଏବଂ ସୂଚନା ଏବଂ ପ୍ରସାରଣ ମନ୍ତ୍ରଣାଳୟର ୟୁଟ୍ୟୁବ୍ ଚ୍ୟାନେଲରେ ମଧ୍ୟ ସିଧା ପ୍ରସାରଣ ହେବ । ହିନ୍ଦୀ ପ୍ରସାରଣ ପରେ ଆକାଶବାଣୀ ଏହି କାର୍ଯ୍ୟକ୍ରମକୁ ଆଞ୍ଚଳିକ ଭାଷାରେ ପ୍ରସାରଣ କରିବେ

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!