ଅଷ୍ଟ୍ରେଲିଆକୁ ୪୦୦ ରନ୍‌ର ବିଜୟ ଲକ୍ଷ୍ୟ ଦେଲା ଭାରତ

ଇନ୍ଦୋର,୨୪।୯: ଭାରତୀୟ ଯୁବ ବ୍ୟାଟରମାନେ ଅଷ୍ଟ୍ରେଲିଆ ବିପକ୍ଷରେ ରବିବାର ବିସ୍ପୋରକ ବ୍ୟାଟିଂ କରିଛନ୍ତି। ଉଦୟମାନ ବ୍ୟାଟର ଶୁବମନ୍‌ ଗିଲ, ଶ୍ରେୟସ ଆୟର, ସୂର୍ଯ୍ୟକୁମାର ଯାଦବ ଓ କେଏଲ୍‌ ରାହୁଲ କଙ୍ଗାରୁ ଦଳର ବୋଲରଙ୍କୁ ନିରାଶ କରିଛନ୍ତି। ଶ୍ରେୟସ ଓ ଶୁବମନ ଗିଲ ଶତକ ହାସଲ କରିବା ସହିତ ୨୦୦ ରନ୍‌ର ଭାଗିଦାରୀ ହୋଇ ପାରିଛନ୍ତି। ସୂର୍ଯ୍ୟକୁମାର ଯାଦବ ଓ କେଏଲ୍‌ ରାହୁଲ ବ୍ୟକ୍ତିଗତ ଭାବେ ଅର୍ଦ୍ଧଶତକ ରନ ସଂଗ୍ରହ କରିଛନ୍ତି। ଭାରତ ନିର୍ଦ୍ଧାରିତ ୫୦ ଓଭରରେ ୫ଟି ୱିକେଟ୍‌ ହରାଇ ୩୯୯ ରନ୍‌ ସଂଗ୍ରହ କରିଛି। ଫଳରେ ଅଷ୍ଟ୍ରେଲିଆକୁ ୪୦୦ ରନ୍‌ର ବିଜୟ ଲକ୍ଷ୍ୟ ମିଳିଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!