ଭୁବନେଶ୍ବର,୨୬ା୯: ଆଜି ପ୍ରଶ୍ନକାଳ ଆରମ୍ଭରୁ ଗୃହରେ ହଟ୍ଟଗୋଳ ଦେଖିବାକୁ ମିଳିଥିଲା। ଗୃହରେ ପ୍ରଶ୍ନକୁ ରିଜେକ୍ଟ କରାଯାଉଥିବା ନେଇ ବିଜେପି ବିଧାୟକମାନେ ପାଟିତୁଣ୍ଡ କରିଥିଲେ। ତେଣେ ଏମଏସପି ପ୍ରସଙ୍ଗ ଉଠାଇ ଶାସକ ବିଜେଡିର ସଦସ୍ୟମାନେ ବି ହଟ୍ଟଗୋଳ କରିଥିଲେ।ଏହାଫଳରେ ଦିନ୧୨ଟା ଯାଏ ବିଧାନସଭାକୁ ମୁଲତବୀ ଘୋଷଣା କରିଲେ ବାଚସ୍ପତି ପ୍ରମିଳା ମଲ୍ଲିକ। ଏଣେ ଗୃହର ସୁପରିଚାଳନା ଲାଗି ସର୍ବଦଳୀୟ ବୈଠକ ଡାକିଲେ ବାଚସ୍ପତି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |