ଆଜି ଅନୁଷ୍ଠିତ ହେବ ରୋଜଗାର ମେଳା କାର୍ଯ୍ୟକ୍ରମ

ନୂଆଦିଲ୍ଲୀ,୨୬।୯: ଆଜି ଅନୁଷ୍ଠିତ ହେବ ରୋଜଗାର ମେଳା କାର୍ଯ୍ୟକ୍ରମ ।  51 ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ମୋଦି । ଏହି ଅବସରରେ ପ୍ରଧାନମନ୍ତ୍ରୀ ନବନିଯୁକ୍ତଙ୍କୁ ସମ୍ବୋଧନ କରିବେ । ରୋଜଗାର ମେଳା ସମଗ୍ର ଦେଶରେ 46ଟି ସ୍ଥାନରେ ଅନୁଷ୍ଠିତ ହେବ । ଏହି ପଦକ୍ଷେପ ଜରିଆରେ କେନ୍ଦ୍ର ସରକାରଙ୍କ ବିଭାଗ ତଥା ରାଜ୍ୟ ସରକାର, କେନ୍ଦ୍ରଶାସିତ ଅଞ୍ଚଳରେ ନିଯୁକ୍ତି ଦିଆଯାଉଛି । ଦେଶବ୍ୟାପୀ ଚୟନ ହୋଇଥିବା ନବନିଯୁକ୍ତ କର୍ମଚାରୀମାନେ ଡାକ ବିଭାଗ, ଭାରତୀୟ ଅଡିଟ୍ ଏବଂ ଆକାଉଣ୍ଟସ୍ ବିଭାଗ,  ରାଜସ୍ବ ବିଭାଗ, ପ୍ରତିରକ୍ଷା ମନ୍ତ୍ରାଳୟ ସମେତ ବିଭିନ୍ନ ମନ୍ତ୍ରାଳୟ ଏବଂ ବିଭାଗରେ ସରକାରଙ୍କ ଯୋଗଦେବେ । ରୋଜଗାର ମେଳା ହେଉଛି ନିଯୁକ୍ତି ସୃଷ୍ଟିକୁ ସର୍ବୋଚ୍ଚ ପ୍ରାଥମିକତା ଦେବା ପାଇଁ ପ୍ରଧାନମନ୍ତ୍ରୀଙ୍କ ପ୍ରତିଶ୍ରୁତି ପୂରଣ ଦିଗରେ ଏକ ପଦକ୍ଷେପ ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!