ଭୁବନେଶ୍ୱର,୨୮।୯ : ବିଧାନସଭା ଅଧିବେଶନରେ ବାଚସ୍ପତିଙ୍କ ପୋଡିୟମ ଉପରକୁ ଡାଲି ଫିଙ୍ଗିବାରୁ ୨ ଭାଜପା ବିଧାୟକ ମୋହନ ମାଝୀ ଏବଂ ମୁକେଶ ମହାଲିଙ୍ଗଙ୍କୁ ଗୁରୁବାର ଗୃହରୁ ସସ୍ପେଣ୍ଡ କରିଛନ୍ତି ବାଚସ୍ପତି ପ୍ରମିଳା ମଲ୍ଲିକ।ବାଚସ୍ପତିଙ୍କ ପୋଡ଼ିୟମକୁ ଡାଲି ଫିଙ୍ଗି ସସ୍ପେଣ୍ଡ ହୋଇଛନ୍ତି ୨ ବିଜେପି ବିଧାୟକ ମୋହନ ମାଝୀ ଓ ମୁକେଶ ମହାଲିଙ୍ଗ। ଚଳିତ ଅଧିବେଶନ ଶେଷ ପର୍ଯ୍ୟନ୍ତ ସେମାନଙ୍କୁ ସସ୍ପେଣ୍ଡ କରିଛନ୍ତି ବାଚସ୍ପତି ପ୍ରମିଳା ମଲ୍ଲିକ। ମୋହନ ମାଝୀ ବିଧାନସଭାରେ ବିରୋଧୀ ଦଳର ମୁଖ୍ୟ ସଚେତକ ଅଛନ୍ତି। ବିଧାନସଭା ଅଧିବେଶନରେ ଗୃହର ମଧ୍ୟଭାଗକୁ ଚାଲିଆସି ହୋହଲ୍ଲା କରିଥିଲେ ଭାଜପା ବିଧାୟକମାନେ । ପରେ ପଲିଥିନରେ ଆଣିଥିବା ଡାଲି ଦେଖାଇ ଉପରୋକ୍ତ ୨ ବିଧାୟକ ବାଚସ୍ପତିଙ୍କ ପୋଡିୟମକୁ ଫିଙ୍ଗିଥିଲେ।ଏନେଇ ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର ପ୍ରତିକ୍ରିୟା ରଖିଛନ୍ତି। ବିରୋଧୀ ଦଳ ନେତାଙ୍କୁ ବିଜେଡି ବିଧାୟକ ମେଣ୍ଟାଲ ଡିଜଅର୍ଡର କହିଥିଲେ। ଏହାକୁ ବିବରଣୀରୁ ବାଦ ଦେବାକୁ କୁହାଯାଇଥିଲା। ହେଲେ ବାଚସ୍ପତି ଏହାକୁ ଗ୍ରହଣ କଲେ ନାହିଁ। ବାଚସ୍ପତି ନିରପେକ୍ଷ ନୁହନ୍ତି। ସେ ଦଳୀୟ କର୍ମକର୍ତ୍ତା ଭଳି ଆଚରଣ କରୁଛନ୍ତି। ବାଚସ୍ପତି ନିଜେ ସସ୍ପେଣ୍ଡ ହେବା କଥା, କିନ୍ତୁ ସେ ସସ୍ପେଣ୍ଡ କରୁଛନ୍ତି। ସସ୍ପେଣ୍ଡକୁ ଦଳ ଡରୁ ନାହିଁ। ଦଳ ପକ୍ଷରୁ ପ୍ରତିବାଦ ଜାରି ରହିବ ବୋଲି ଜୟନାରାୟଣ କହିଛନ୍ତି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |