ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର; ୩ ଦିନ ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୯।୯:ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଆସନ୍ତା ୨୪ଘଣ୍ଟା ମଧ୍ୟରେ ଏହା ଲଘୁଚାପର ରୂପ ନେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଉତ୍ତର-ପୂର୍ବ ପାର୍ଶ୍ୱବର୍ତ୍ତୀ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆଜି ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର। ଏହା ୪୮ ଘଣ୍ଟାରେ ସୁଦୃଶ୍ୟ ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି। ପରେ ପଶ୍ଚିମବଙ୍ଗ ଉତ୍ତର ଓଡ଼ିଶା ଉପକୂଳ ମୁହାଁ ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।ଏହି ଲଘୁଚାପ କ୍ଷେତ୍ରଟି ଘନୀଭୂତ ହୋଇ ଲଘୁଚାପରେ ପରିଣତ ହୋଇପାରେ। ଏହା ପ୍ରଭାବରେ ଆସନ୍ତାକାଲି ଅର୍ଥାତ୍ ୩୦ ତାରିଖରୁ ଅକ୍ଟୋବର ୩ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।ସମ୍ଭାବ୍ୟ ବର୍ଷା ସ୍ଥିତିକୁ ଦେଖି ଅକ୍ଟୋବର ୧ରୁ ୨ ତାରିଖ ସକାଳ ଯାଏଁ ରାଜ୍ୟର ୧୦ଟି ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏସବୁ ଜିଲ୍ଲା ଗୁଡ଼ିକ ହେଉଛି, ବଲାଙ୍ଗିର, ସୋନପୁର, ବରଗଡ଼, ସମ୍ବଲପୁର ଝାରସୁଗୁଡ଼ା, ଦେବଗଡ଼, ସୁନ୍ଦରଗଡ଼, ଅନୁଗୁଳ, କେଉଁଝର ଏବଂ ମୟୂରଭଞ୍ଜ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!