ଆଜି ଶ୍ରୀମନ୍ଦିରରେ ଇନ୍ଦ୍ର ଗୋବିନ୍ଦ ବନ୍ଦାପନା ନୀତି ଅନୁଷ୍ଠିତ

ପୁରୀ,୨୯।୯:ଆଜି ଭାଦ୍ରବ ପୂର୍ଣ୍ଣିମା ଅବସରରେ ଶ୍ରୀମନ୍ଦିରରେ ଇନ୍ଦ୍ର ଗୋବିନ୍ଦ ବନ୍ଦାପନା ନୀତି ଓ ଇନ୍ଦ୍ର ହାତୀ ପ୍ରସ୍ତାବ ଅନୁଷ୍ଠିତ ହେବ | ସଂଧ୍ୟା ଆଳତି ସରିବା ପରେ ଠାକୁରଙ୍କ  ଆଜ୍ଞାମାଳ ପ୍ରାପ୍ତି ପରେ ଶ୍ରୀ ଦୋଳଗୋବିନ୍ଦଙ୍କୁ ବଟମୂଳେ ଥିବା ପାଲିଙ୍କିରେ  ବିଜେ କରାଯିବ  | ଏକ ପଟୁଆରରେ ଠାକୁରଙ୍କ ପାଲିଙ୍କି ସିଂହଦ୍ୱାର ନିକଟରେ ପହଂଚିଵା ପରେ ଠାକୁରଙ୍କୁ ଶୀତଳ ଭୋଗ ଅର୍ପଣ ପରେ ଇନ୍ଦ୍ର, ଚନ୍ଦ୍ର ଓ ଗୋବିନ୍ଦଙ୍କୁ ବନ୍ଦାପନା କରାଯିବା ସହ ସେଠାରେ ଇନ୍ଦ୍ର ହାତୀ ପ୍ରସ୍ତାବ ଅନୁଷ୍ଠିତ ହେବ | ଏହା ପରେ ଠାକୁର ମାନେ ଶ୍ରୀମନ୍ଦିରକୁ ବାହୁଡା଼ ବିଜେ କରିବେ |

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!