ପୂର୍ବତନ ମେୟରଙ୍କ କାର୍ ଉପରେ ବୋମାମାଡ଼

ବ୍ରହ୍ମପୁର,୩୦ା୯: ପୂର୍ବତନ ମେୟର ଶିବଶଙ୍କର ଦାସଙ୍କ ଗାଡ଼ି ଉପରକୁ ହୋଇଛି ବୋମାମାଡ଼ । ବ୍ରହ୍ମପୁରର ପୂର୍ବତନ ମେୟର ଶିବ ଶଙ୍କର ଦାସଙ୍କ କାର ଉପରକୁ ବୋମାମାଡ଼ । ଗୋଷାଣି ନୂଆଁଗାଁ ବଡ଼ ସାହିଠାରେ ଶିବ ଶଙ୍କର ଦାଶଙ୍କ ଗାଡ଼ି ଉପରକୁ ବୋମାମାଡ଼ ହୋଇଛି । ଏଥିରେ କେହି ଆହତ ହୋଇନଥିବା ବେଳେ ଗାଡିର ଆଗ ଭାଗ ଭାଙ୍ଗିରୁଜି ଯାଇଛି । ଖବର ପାଇ ଘଟଣାସ୍ଥଳଳେ ଟାଉନ ଥାନା ଏସଡିପିଓ ରାଜୀବ ଲୋଚନ ପଣ୍ଡା, ଗୋଷାଣିନୂଆଗାଁ ଥାନା ଅଧିକାରୀ ସ୍ମୃତି ପ୍ରଭା ପ୍ରଧାନ ଓ ଟାଉନ ଥାନା ଅଧିକାରୀ ସୁରେଶ ତ୍ରିପାଠୀ ପ୍ରମୁଖ ପହଞ୍ଚି ତନାଘନା କରୁଛନ୍ତି । ଗତକାଲି ରାତି ପ୍ରାୟ ୧୦ଟାରେ ଶିବଶଙ୍କର ପୁଅ ଦେହ ଖରାପ ଥିବାରୁ ନିଜ କାରରେ ନିକଟସ୍ଥ ଏକ ଘରୋଇ କ୍ଲିନିକ୍ କୁ ନେଇ ଚିକିତ୍ସା ପରେ ଘରକୁ ଫେରୁଥିଲେ।ବଡ଼ ମଠ ନିକଟରେ ଦୁଇ ଜଣ ଦୁର୍ବୃତ୍ତ ଲୁଚି ରହିଥିଲେ। ହଠାତ୍ ବୋମାମାଡ଼ କରି ଘଟଣା ସ୍ଥଳରୁ ଦୁର୍ବୃତ୍ତ ଫେରାର ହୋଇଯାଇଥିଲେ।ଏନେଇ ଗୋଷଣିନୁଆଗାଁ ଥାନାରେ ଅଭିଯୋଗ ହୋଇଛି । ତେବେ ପୂର୍ବରୁ ମଧ୍ୟ ଶିବଶଙ୍କରଙ୍କ ଉପରେ ଏଭଳି ଆକ୍ରମଣ ହୋଇଥିଲା ।

 

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!