କଟକ,୩୦।୯: ବଢ଼ିଲା ମାଟ୍ରିକ ପରୀକ୍ଷା ଅନଲାଇନ ଫର୍ମ ପୁରଣ ଅବଧି । ଅକ୍ଟୋବର ୫ ତାରିଖ ପର୍ଯ୍ୟନ୍ତ ଅବଧି ବଢ଼ାଇଲା ବୋର୍ଡ । ଏହା ପରେ ଆଉ ଅବଧି ବଢ଼ିବନି ବୋଲି ସ୍ପଷ୍ଟ କଲା ବୋର୍ଡ । ଚଳିତ ବର୍ଷ ଆସନ୍ତା ଫେବୃଆରୀ ୨୦ରୁ ମାଟ୍ରିକ ପରୀକ୍ଷା ଆରମ୍ଭ ହେବାକୁ ଥିବାବେଳେ ମାର୍ଚ୍ଚ ୪ ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ମାଟ୍ରିକ୍ ସହ ମଧ୍ୟମା, ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷା ବି ହେବ। ସେହିପରି ମାର୍ଚ୍ଚ ୧୨ରୁ ଖାତାଦେଖା ଆରମ୍ଭ ହେବ। ଅତିକମ୍ରେ ଖାତାଦେଖା ୧୨ ଦିନ ଚାଲିବ। ତେବେ ଆଗାମୀ ମାଟ୍ରିକ୍ ପରୀକ୍ଷାର ଢାଞ୍ଚା ପରିବର୍ତ୍ତନ କରାଯିବା ନେଇ ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି। ପୂର୍ବ ପରି ବର୍ଷ ଶେଷକୁ ଗୋଟିଏ ବୋର୍ଡ ପରୀକ୍ଷା ହେବ ବୋଲି କୁହାଯାଇଥିଲା । ପୂର୍ବରୁ ହେଉଥିବା ୨ଟି ସମ୍ମେଟିଭ ପରୀକ୍ଷା ଆଉ ହେବନାହିଁ । ଏବେ କେବଳ ଦଶମରେ ବାର୍ଷିକ ପରୀକ୍ଷା ହିଁ ହେବ |ମାଟ୍ରିକ ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷା ପାଇଁ ଅନ୍ଲାଇନ୍ ଫର୍ମ ଫିଲ୍ଅପ୍ ସହିତ ମଧ୍ୟମା ପରୀକ୍ଷାର ଅଫ୍ଲାଇନ୍ ଫର୍ମ ଫିଲ୍ଅପ୍ ଅବଧିକୁ ଅକ୍ଟୋବର ୫ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଥିବା ବୋର୍ଡ ପକ୍ଷରୁ କୁହାଯାଇଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |