ଆଜିଠୁ ବିଜେଡିର ଜନସମ୍ପର୍କ ପଦଯାତ୍ରା ,ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨ା୧୦: ଆଜିଠୁ ବିଜେଡିର ଜନସମ୍ପର୍କ ପଦଯାତ୍ରା| ବିଜେଡି ପକ୍ଷରୁ ଅକ୍ଟୋବର ୨ ଗାନ୍ଧୀ ଜୟନ୍ତୀରୁ ଅକ୍ଟୋବର ୧୧ ଜୟପ୍ରକାଶ ନାରାୟଣ ଜୟନ୍ତୀ ପର୍ଯ୍ୟନ୍ତ ଜନ ସମ୍ପର୍କ ପଦଯାତ୍ରା ଅନୁଷ୍ଠିତ ହେବ। ଭୁବନେଶ୍ୱର ଏକାମ୍ର ନିର୍ବାଚନମଣ୍ଡଳୀରୁ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାର ଶୁଭାରମ୍ଭ କରିବେ। ବଡ଼ଗଡ଼ ବ୍ରିଟ କଳିଙ୍ଗ ବିଜୁ ଆଦର୍ଶ କଲୋନୀରେ ମୁଖ୍ୟମନ୍ତ୍ରୀ ପଦଯାତ୍ରାରେ ସାମିଲ ହେବା ସହ ନେତାଜୀ ଖେଳ ପଡ଼ିଆଠାରେ ଏକ ବିଶାଳ ଜନସମାବେଶକୁ ଉଦବୋଧନ ଦେବେ। ଏଥିପାଇଁ ରବିବାର ପ୍ରସ୍ତୁତି କାର୍ଯ୍ୟର ସମୀକ୍ଷା କରିଛନ୍ତି ଦଳର ବରିଷ୍ଠ ଉପସଭାପତି ଦେବୀପ୍ରସାଦ ମିଶ୍ର ଓ ଏକାମ୍ର ବିଧାୟକ ତଥା ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ଓ ମେୟର ସୁଲୋଚନା ଦାସ। ପଦଯାତ୍ରା ସମୟରେ ବିଭିନ୍ନ ଜନକଲ୍ୟାଣ ଓ ଲୋକାଭିମୁଖୀ ଯୋଜନା ବିଷୟରେ ଲୋକଙ୍କୁ ଅବଗତ କରାଯିବ। ଜନସମ୍ପର୍କ ପଦଯାତ୍ରା ଚଳିତବର୍ଷ ପ୍ରତ୍ୟେକ ନିର୍ବାଚନମଣ୍ଡଳୀ ସ୍ତରରେ କରାଯିବ। ଏହି ଅବସରରେ ଅକ୍ଟୋବର ୨ ତାରିଖରେ ‘ଗାନ୍ଧୀ ଜୟନ୍ତୀ ଏବଂ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ’, ଅକ୍ଟୋବର ୯ ତାରିଖରେ ‘ଉତ୍କଳମଣି ଗୋପବନ୍ଧୁ ଦାସ ଜୟନ୍ତୀ’ ଏବଂ ଅକ୍ଟୋବର ୧୧ ତାରିଖରେ ‘ଲୋକନାୟକ ଜୟପ୍ରକାଶ ନାରାୟଣ ଜୟନ୍ତୀ’ ପାଳନ କରାଯିବ। ସେହିପରି ଅକ୍ଟୋବର ୧୨ରୁ ମାସେବ୍ୟାପୀ ଦଳର ସକ୍ରିୟ ସଦସ୍ୟ/ସଦସ୍ୟାଙ୍କୁ ନେଇ ପ୍ରତ୍ୟେକ ନିର୍ବାଚନ ମଣ୍ଡଳୀରେ ଜିଲା ପରିଷଦ ଜୋନ୍‌ସ୍ତରୀୟ ଓ ପୌରାଞ୍ଚଳସ୍ତରରେ ପ୍ରଶିକ୍ଷଣ ଶିବିରମାନ ଆୟୋଜିତ ହେବ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!