ବଙ୍ଗୋପସାଗରରେ ସକ୍ରିୟ ଲଘୁଚାପ ,୫ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ

ଭୁବନେଶ୍ୱର,୨ା୧୦: ବଙ୍ଗୋପସାଗରରେ ସକ୍ରିୟ  ଲଘୁଚାପ । ଏହାର ପ୍ରଭାବରେ ଆସନ୍ତା ୪ତାରିଖ ଯାଏଁ ବର୍ଷାର ପ୍ରଭାବ ଦେଖାଦେବ । ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ଗାଙ୍ଗେୟ ଉପତ୍ୟକା, ପଶ୍ଚିମବଙ୍ଗର ପଶ୍ଚିମ ଭାଗ ଓ ସଂଲଗ୍ନ ଝାଡ଼ଖଣ୍ଡର ପଶ୍ଚିମ ଭାଗରେ ରହିଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ଏହା ଧୀରେ ଧୀରେ ଉତ୍ତର ପଶ୍ଚିମ ଦିଗକୁ ଗତି କରିବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ରାଜ୍ୟରେ ବର୍ଷା ଲାଗି ରହିଛି ଓ ଆସନ୍ତା ୩ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।ଉତ୍ତର ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ଅଧିକ ବର୍ଷାର ସମ୍ଭାବନା ରହିଥିବା ବେଳେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବା ନେଇ ଆକଳନ କରାଯାଇଛି । ତେବେ ଉପକୂଳ ଓଡ଼ିଶାରେ ବର୍ଷାର ପରିମାଣ କମ୍ ରହିବ । ଉପକୂଳ ଓଡ଼ିଶରେ ଘଡଘଡି ସହ ସ୍ୱଳ୍ପ ବର୍ଷା ହେବାର ସମ୍ଭାବନା ରହିଛି । ଆଜି ୫ ଜିଲ୍ଲାରେ ଅତିପ୍ରବଳ ବର୍ଷା, ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ୫ ଜିଲ୍ଲା- ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, କେନ୍ଦୁଝର ଓ ସମ୍ବଲପୁରରେ ବି ଅତିପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି ।

 

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!