ଦୁଇ ଜଣ ନେତାଙ୍କୁ ବିଜେପି ରାଷ୍ଟ୍ରୀୟ ମୁଖପାତ୍ର ଭାବେ ନିଯୁକ୍ତି

ନୂଆଦିଲ୍ଲୀ,୨।୧୦:  ବିଜେପି  ନିଜ ସଂଗଠନରେ ନୂଆ ନେତାଙ୍କୁ ଦାୟିତ୍ୱ ଦେଉଛି । ଦୁଇ ଜଣ ନେତାଙ୍କୁ ବିଜେପି ରାଷ୍ଟ୍ରୀୟ ମୁଖପାତ୍ର ଭାବେ ନିଯୁକ୍ତି ଦେଇଛି । ଅଜୟ ଆଲୋକ ଓ ପ୍ରତ୍ୟୁଷ କଣ୍ଠଙ୍କୁ ଦଳ ବଡ଼ ଦାୟିତ୍ୱ ଦେଇଛି । ତେବେ ଏହା ମଧ୍ୟରେ ଦୁଇ ଜଣ ନେତାଙ୍କୁ ବିଜେପି ରାଷ୍ଟ୍ରୀୟ ମୁଖପାତ୍ର ଭାବେ ନିଯୁକ୍ତି ଦେଇଛି । ଅଜୟ ଆଲୋକ ଓ ପ୍ରତ୍ୟୁଷ କଣ୍ଠଙ୍କୁ ଦଳ ବଡ଼ ଦାୟିତ୍ୱ ଦେଇଛି । ଗତ ଏପ୍ରିଲ ମାସରେ ଜେଡିୟୁ ଛାଡ଼ି ଭାଜପାରେ ସାମିଲ ହୋଇଥିଲେ ଅଜୟ । ସେହିପରି ଦିଲ୍ଲୀ ନେତା ପ୍ରତ୍ୟୁଷ ଗତ ୨୦୧୭ ମସିହାରେ କଂଗ୍ରେସ ଛାଡ଼ି ବିଜେପିରେ ଯୋଗ ଦେଇଥିଲେ । ଦୁଇ ନେତାଙ୍କ ନିଯୁକ୍ତି ନେଇ ଦଳ ପକ୍ଷରୁ ଏକ ଅଫିସିଆଲ ବିଜ୍ଞାପ୍ତି ଜାରି କରାଯାଇଛି । ରାଷ୍ଟ୍ରୀୟ ଅଧ୍ୟକ୍ଷ ସେମାନଙ୍କୁ ରାଷ୍ଟ୍ରୀୟ ମୁଖପାତ୍ର ଭାବେ ନିଯୁକ୍ତି ଦେଇଛନ୍ତି । ଏହି ନିଯୁକ୍ତି ତ୍ୱରିତ ଭାବେ ଲାଗୁ ହେବ ବୋଲି ରାଷ୍ଟ୍ରୀୟ ମହାସଚିବ ଅରୁଣ ସିଂହ କହିଛନ୍ତି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!