ସମ୍ବାଦ’ର ୪୦ ବର୍ଷ ପୂର୍ତ୍ତି ସମାରୋହ , ଅତିଥି ଭାବେ ଯୋଗ ଦେବେ ଦୁଇ କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ୱର,୩।୧୦ : କେନ୍ଦ୍ର ସୂଚନା ଓ ପ୍ରସାରଣ ଏବଂ ଯୁବ ବ୍ୟାପାର ଓ କ୍ରୀଡ଼ା ମନ୍ତ୍ରୀ ଅନୁରାଗ ସିଂ ଠାକୁର ମଙ୍ଗଳବାର ଓଡ଼ିଶା ଗସ୍ତରେ ଆସୁଛନ୍ତି । ଭୁବନେଶ୍ୱରରେ ପହଞ୍ଚିଛନ୍ତି ଦୁଇକେନ୍ଦ୍ର ମନ୍ତ୍ରୀ। ଦିନିକିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ଦୁଇ କେନ୍ଦ୍ରମନ୍ତ୍ରୀ। ଆଜି କେନ୍ଦ୍ର ସୂଚନା ଓ ପ୍ରସାରଣ ତଥା ଯୁବ ବ୍ୟାପାର ଓ କ୍ରୀଡ଼ା ମନ୍ତ୍ରୀ ଅନୁରାଗ ଠାକୁର ଏବଂ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପହଞ୍ଚିଛନ୍ତି।  ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ଦୁଇ କେନ୍ଦ୍ର ମନ୍ତ୍ରୀଙ୍କୁ ଦଳ ତରଫରୁ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା।ସକାଳେ କେନ୍ଦ୍ର ମନ୍ତ୍ରୀ ଭୁବନେଶ୍ୱରସ୍ଥିତ ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ପହଞ୍ଚିବା ପରେ ବିଜେପି ରାଜ୍ୟ କାର୍ଯ୍ୟାଳୟ ଠାରେ ଏକ ସାମ୍ବାଦିକ ସମ୍ମିଳନୀକୁ ସମ୍ବୋଧିତ କରିବେ। ପୂର୍ବାହ୍ନରେ ସେ ଉତ୍କଳ ବିଶ୍ୱବିଦ୍ୟାଳୟରେ ନେହରୁ ଯୁବ କେନ୍ଦ୍ର ସଂଗଠନ ପକ୍ଷରୁ ଆୟୋଜିତ ‘‘ମୋ ମାଟି ମୋ ଦେଶ’’ କାର୍ଯ୍ୟକ୍ରମରେ ଯୋଗ ଦେବେ। ଅପରାହ୍ନରେ କେନ୍ଦ୍ର ମନ୍ତ୍ରୀ ଭୁବନେଶ୍ୱରରେ ଆୟୋଜିତ ହେବାକୁ ଥିବା ଦୈନିକ ସମ୍ବାଦପତ୍ର ‘ସମ୍ବାଦ’ର ୪୦ ବର୍ଷ ପୂର୍ତ୍ତି ସମାରୋହରେ ଅତିଥି ଭାବେ ଯୋଗ ଦେବେ। ସେହିପରି ଅପରାହ୍ନରେ କଟକ ବିଷୁବ ମଣ୍ଡପ ଠାରେ ପ୍ରଜାତନ୍ତ୍ର ପ୍ରଚାର ସମିତି ପକ୍ଷରୁ ଆୟୋଜିତ ହେବାକୁ ଥିବା ଓଡ଼ିଆ ଦୈନିକ ‘ପ୍ରଜାତନ୍ତ୍ର’ର ପ୍ରଥମ ପ୍ରକାଶନର ଶତବାର୍ଷିକୀ ସମାରୋହରେ କେନ୍ଦ୍ରୀ ମନ୍ତ୍ରୀ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ସନ୍ଧ୍ୟାରେ କେନ୍ଦ୍ର ମନ୍ତ୍ରୀ ଦିଲ୍ଲୀ ଫେରିଯିବାର କାର୍ଯ୍ୟକ୍ରମ ରହିଛି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!