ବ୍ରିଜରେ ଯାତ୍ରୀବାହୀ ବସ ଦୁୁର୍ଘଟଣା ଗ୍ରସ୍ତ

ବାଙ୍କି,,୩ା୧୦ : ମହାନଦୀ ବ୍ରିଜରେ ଯାତ୍ରୀବାହୀ ବସ    ଦୁର୍ଘଟଣା ହୋଇଛି । କଟକ ଜିଲ୍ଲା ବାଙ୍କୀର ଜାତମୁଣ୍ଡିଆ-ସୁବର୍ଣ୍ଣପୁର ବ୍ରିଜରେ ଆଜି ଘଟିଛି ଏକ ଭୟଙ୍କର ଦୁର୍ଘଟଣା। ଏକ ଯାତ୍ରୀବାହୀ ବସ୍‌ ବ୍ରିଜ୍‌ର ସାଇଡ୍‌ ୱାଲ୍‌କୁ ଧକ୍କା ଦେଇ ଆଗକୁ ମାଡ଼ି ଯାଇଥିଲା। ତେବେ ବସ୍‌ଟି ମହାନଦୀରେ ପଡ଼ି ନଥିଲା। ବସ୍‌ଟି ବ୍ରିଜ୍‌ ଉପରେ ଝୁଲି ରହିଥିବା ବେଳେ ସମସ୍ତ ଯାତ୍ରୀ ସୁରକ୍ଷିତ ଭାବେ ଓହ୍ଲାଇ ଆସିଥିଲେ।ବସ୍‌ଟି ଅନୁଗୋଳରୁ ଭୁବନେଶ୍ୱର ଅଭିମୁଖେ ଆସୁଥିବା ବେଳେ ଏହି ଦୁର୍ଘଟଣା ଘଟିଛି। କେମିତି ଏଭଳି ଏକ ଘଟଣା ଘଟିଲା, ତାହା ସ୍ପଷ୍ଟ ହୋଇନାହିଁ। କିଛି ଯାନ୍ତ୍ରିକ ତ୍ରୁଟି ଯୋଗୁ ଏହି ଦୁର୍ଘଟଣା ଘଟିଥିବା କୁହାଯାଉଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!