OAS ସ୍ତରରେ ଅଦଳବଦଳ

ଭୁବନେଶ୍ୱର ,୪।୧୦: ଓଡ଼ିଶା ପ୍ରଶାସନିକ ସେବା (ଓଏଏସ) ଅଧିକାରୀ ସ୍ତରରେ ଏକ ଛୋଟ ଧରଣର ଅଦଳବଦଳ କରାଯାଇଛି । ଭୁବନେଶ୍ୱରର ମହାନଗର ନିଗମ (ବିଏମସି)ର ନୂଆ ଅତିରିକ୍ତ କମିଶନର ଭାବେ ବରିଷ୍ଠ ଓଏଏସ ଅଧିକାରୀ ଘାସିରାମ ମୁର୍ମୁ ନିଯୁକ୍ତି ପାଇଛନ୍ତି । ଏନେଇ ରାଜ୍ୟ ପ୍ରଶାସନ ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ଜାରି କରାଯାଇଛିବରିଷ୍ଠ ଓଏଏସ୍ ଅଫିସର ଘାସିରାମ ମୁର୍ମୁ ଭୁବନେଶ୍ୱର ମହାନଗର ନିଗମ(ବିଏମସି)ର ଅତିରିକ୍ତ କମିଶନର ଭାବେ ନିଯୁକ୍ତି ପାଇଛନ୍ତି । ଆଜି ଓଏଏସ୍ ଅଫିସର ସ୍ତରରେ ଅଦଳବଦଳରେ ତାଙ୍କୁ ମିଳିଛି ଏହି ଦାୟିତ୍ୱ। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ବିଏମସି ଅତିରିକ୍ତ କମିଶନର ଲକ୍ଷ୍ମୀକାନ୍ତ ସେଠୀଙ୍କୁ ବାଣିଜ୍ୟ ଓ ପରିବହନ ବିଭାଗର ଅତିରିକ୍ତ ସଚିବ ଭାବେ ବଦଳି ହୋଇଥିବାବେଳେ ତାଙ୍କ ସ୍ଥାନରେ କେନ୍ଦୁଝରରେ ପ୍ରକଳ୍ପ ନିର୍ଦ୍ଦେଶକ(ଡିୟୁଡିଏ) ଭାବେ କାର୍ଯ୍ୟରତ ବରିଷ୍ଠ ଓଏଏସ୍ ଘାସିରାମ ମାଝୀଙ୍କୁ ବିଏମସି ଅତିରିକ୍ତ କମିଶନର ଭାବେ ବଦଳି ହୋଇଛି ।ଜଳସମ୍ପଦ ବିଭାଗର ଅତିରିକ୍ତ ସଚିବ ସୁବ୍ରତ କୁମାର ପଣ୍ଡାଙ୍କୁ ଗ୍ରାମ୍ୟ ଉନ୍ନୟନ ବିଭାଗର ଅତିରିକ୍ତ ସଚିବ ଓ ବଲାଙ୍ଗିର ପ୍ରକଳ୍ପ ନିର୍ଦ୍ଦେଶକ(ଡିୟୁଡିଏ) ସୁଦର୍ଶନ ସଏଙ୍କୁ ବୁର୍ଲା ଭୀମସାର ରେଜିଷ୍ଟ୍ରାର(ପ୍ରଶାସନ) ଭାବେ ବଦଳି ହୋଇଛି ।ବୁର୍ଲା ଭୀମସାରରେ ରେଜିଷ୍ଟ୍ରାର ଦାୟିତ୍ୱରେ ଥିବା ପ୍ରଫୁଲ୍ଲ କୁଜୁରଙ୍କୁ ବଲାଙ୍ଗୀର ପ୍ରକଳ୍ପ ନିର୍ଦ୍ଦେଶକ(ଡିୟୁଡିଏ) ଓ କୋରାପୁଟ ଜିଲ୍ଲା ଦଶମନ୍ତପୁର ତହସିଲଦାର ଅଜୟ ପ୍ରକାଶ ତିର୍କୀଙ୍କୁ କଳାହାଣ୍ଡିର ଧର୍ମଗଡ଼ ଅତିରିକ୍ତ ଉପଜିଲ୍ଲାପାଳ ଭାବେ ବଦଳି ହୋଇଛି । ଅନ୍ୟପକ୍ଷରେ ବିନିକା ବିଡିଓ ବ୍ୟାସଦେବ ବେହେରାଙ୍କ ବଦଳିକୁ ବାତିଲ କରାଯାଇଛି |

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!