ବିପଦ ସଂକେତ ଉପରେ ବୈତରଣୀ ଓ ଜଳକା ନଦୀର ଜଳସ୍ତର

ଭୁବନେଶ୍ୱର,୪।୧୦:ବିପଦ ସଂକେତ ଉପରେ ବୈତରଣୀ ଓ ଜଳକା ନଦୀ। ଚଳିତ ବର୍ଷ ତୃତୀୟ ଥର ପାଇଁ ବୈତରଣୀ ବିପଦ ସଂକେତ ଉପରେ ପ୍ରବାହିତ ହେଉଥିବା ବେଳେ ମଥାନୀ ଠାରେ ବିପଦ ସଂକେତ ପାର କରିଛି ଜଳକା।ବିପଦ ସଙ୍କେତ ଉପରେ ବୈତରଣୀ ଓ ଜଳକା ନଦୀର ଜଳସ୍ତର ପ୍ରବାହିତ ହେଉଛି। ମଥାନି ଠାରେ ଜଳକା ନଦୀର ଜଳସ୍ତର ବିପଦ ସଙ୍କେତ ୫.୫୦ ମିଟର ଥିବାବେଳେ ସକାଳ ୬ଟା ସୁଦ୍ଧା ଜଳସ୍ତର ବୃଦ୍ଧି ପାଇ ୬.୩୨ ମିଟରରେ ପହଞ୍ଚିଥିଲା। ଜଳକା ନଦୀର ଉପର ମୁଣ୍ଡ ମୟୂରଭଞ୍ଜ ଜିଲ୍ଲାରେ ଲଗାଣ ବର୍ଷା ହେବା ପରେ ଜଳସ୍ତର ଅଧିକ ବୃଦ୍ଧି ପାଇବାରେ ଲାଗିଛି|ଗତକାଲି ଠାରୁ ବୈତରଣୀ ନଦୀର ଜଳସ୍ତର ଧିରେ ଧିରେ ବଢ଼ିବାରେ ଲାଗିଛି। ବୈତରଣୀ ନଦୀ ଆଖୁଆପଦା ଆନିକଟ ଠାରେ ବିପଦ ସଂକେତ ୧୭ ଦଶମିକ ଆଠ ତିନି ମିଟର ଥିବା ବେଳେ ସକାଳ ୬ଟା ବେଳେ ବିପଦ ସଂକେତକୁ ଅତିକ୍ରମ କରି ଏବେ ୧୭ ଦଶମିକ ନଅ ଶୂନ ମିଟର ଉପରେ ପ୍ରବାହିତ ହେଉଛି। ଗତକାଲି ଠାରୁ ଉପର ମୁଣ୍ଡରେ ବର୍ଷା ହେବାରୁ ଏଭଳି ସ୍ଥିତି ଉପୁଜିଛି|ସେହିପରି ଜଳକା ନଦୀର ଜଳସ୍ତର ବି ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି। ମଥାନୀ ଠାରେ ବିପଦ ସଂକେତ ୫ ଦଶମିକ ୫୦ମିଟର ଥିବାବେଳେ ସକାଳ ୬ଟା ସୁଦ୍ଧା ଜଳସ୍ତର ବଢ଼ି 6 ଦଶମିକ 32 ମିଟରରେ ପହଞ୍ଚିଥିଲା। ଜଳକା ନଦୀର ଉପର ମୁଣ୍ଡ ମୟୂରଭଞ୍ଜ ଜିଲ୍ଲାରେ ଲଗାଣ ବର୍ଷା ହେବା ପରେ ଜଳସ୍ତର ଅଧିକ ବୃଦ୍ଧି ପାଇବାରେ ଲାଗିଛି। ବିଭିନ୍ନ ସ୍ଥାନରେ ନଦୀବନ୍ଧ ଦୁର୍ବଳ ଥିବାରୁ ବନ୍ୟା ଆଶଙ୍କାରେ ଅଛନ୍ତି ନଦୀ ତଟବର୍ତ୍ତୀ ଅଞ୍ଚଳ ବାସୀ।ଜଳକା ନଦୀର ଉପର ମୁଣ୍ଡ ମୟୂରଭଞ୍ଜ ଜିଲ୍ଲାର ଶୁଳିଆପଦା, ମୋରଡା, ଚିତ୍ରଡା, ରାସଗୋବିନ୍ଦପୁର ଅଞ୍ଚଳରେ ପ୍ରବଳ ବର୍ଷା କାରଣରୁ ବିଭିନ୍ନ ନଦୀର ଜଳସ୍ତର ବଢୁଛି। ବର୍ତ୍ତମାନ ଯଦି ବନ୍ୟା ହୁଏ, ତା’ହେଲେ ବସ୍ତା ଓ ସଦର ବ୍ଲକର ପାଖାପାଖି ୧୨ ଟି ପଞ୍ଚାୟତର ଚାଷ କ୍ଷତି ହେବାର ଆଶଙ୍କା ରହିଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!