କୃଷି ସଚିବ ଅରବିନ୍ଦ ପାଢ଼ୀଙ୍କୁ ସ୍କ୍ରବ୍ ଟାଇଫସ୍

ଭୁବନେଶ୍ୱର,୪।୧୦:କୃଷି ସଚିବ ଅରବିନ୍ଦ ପାଢ଼ୀ ସ୍କ୍ରବ୍ ଟାଇଫସ୍‌ରେ ଆକ୍ରାନ୍ତ। କ୍ୟାପିଟାଲ ହସ୍ପିଟାଲରେ ରକ୍ତ ନମୁନା ପରୀକ୍ଷାରୁ ସ୍କ୍ରବ୍ ଟାଇଫସ୍‌ ହୋଇଥିବା ସ୍ପଷ୍ଟ ହୋଇଛି । ଆକ୍ରାନ୍ତ ପରେ ଘରେ ରହି ଚିକିତ୍ସିତ ହେଉଛନ୍ତି ଅରବିନ୍ଦ ପାଢ଼ୀ । ତାଙ୍କ ସ୍ୱାସ୍ଥ୍ୟବସ୍ଥା ଏବେ ସ୍ଥିର ରହିଛି । କୃଷି ସଚିବ ଅରବିନ୍ଦ ପାଢ଼ୀ ସ୍କ୍ରବ୍ ଟାଇଫସ୍‌ରେ ଆକ୍ରାନ୍ତ ନେଇ କ୍ୟାପିଟାଲ ହସ୍ପିଟାଲ ପକ୍ଷରୁ ସୂଚନା ଦିଆଯାଇଛି ।୨-୩ଟି ଜିଲ୍ଲାକୁ ଛାଡ଼ିଦେଲେ, ରାଜ୍ୟବ୍ୟାପି ମାଡ଼ିଗଲାଣି ସ୍କ୍ରବ ଟାଇଫସ। କେବଳ ଗ୍ରାମାଞ୍ଚଳ ନୁହେଁ, ସହରାଞ୍ଚଳକୁ ବି ବ୍ୟାପିଛି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୨୨ ହଜାର ୭୭ ଜଣଙ୍କର ସ୍କ୍ରବ ଟାଇଫସ ପରୀକ୍ଷା ହୋଇଥିବାବେଳେ ଚିହ୍ନଟ ହୋଇଛନ୍ତି ୨ ହଜାର ୮ ଶହ ୨୦ରୋଗୀ ଚିହ୍ନଟ ହୋଇଛନ୍ତି।  କେନ୍ଦ୍ରୀୟ ଟିମ ସ୍କ୍ରବ୍ ଟାଇଫସ୍ ସମୀକ୍ଷା କରିବାକୁ ବରଗଡ଼, ଝାରସୁଗୁଡା, ସମ୍ବଲପୁର, ସୁନ୍ଦରଗଡ଼, ବଲାଙ୍ଗୀର ଜିଲ୍ଲା ସହ ବୁର୍ଲା ମେଡିକାଲ ଯାଇଥିଲେ। ସେମାନେ ଓଡ଼ିଶାର ମୁକାବିଲା ପଦକ୍ଷେପକୁ ପ୍ରଶଂସା କରିଛନ୍ତି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!