ପୁରୀ ୦୪/୧୦: ଗୁରୁବାର ଶ୍ରୀମନ୍ଦିରରେ ଆଶ୍ୱିନ-କୃଷ୍ଣ ଷଷ୍ଠୀ ତିଥି ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ଅପରାହ୍ନ ୫ଟାରୁ ରାତ୍ର ୯ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।ଦତ୍ତମହାପାତ୍ର ସେବକମାନେ ଗୋଷ୍ଠୀଗତ ଭାବେ ଠାକୁରଙ୍କ ଶ୍ରୀମୁଖ ସିଂହାର କରିବେ । ଏଥିରେ ପାଳିଆ ପୂଜାପଣ୍ଡା, ପାଳିଆ ଖୁଣ୍ଟିଆ, ଗରାବଡ଼ୁ, ପାଳିଆ ପୁଷ୍ପାଳକ, ଚାଙ୍ଗଡ଼ା ମେକାପ, ମୁଦୁଲି ଆଦି ସେବକଙ୍କ ମଧ୍ୟ ଭୂମିକା ରହିଛି । ବନକଲାଗି ନୀତି ପରେ ମହାସ୍ନାନ ହୋଇ ପୁଣି ଦର୍ଶନ ସ୍ୱାଭାବିକ ଚାଲିବ ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |